Posted inଜାତୀୟ

କୃଷି ମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ, ପଛକୁ ହଟିଛୁ ହେଲେ ପୁଣି ଆଗେଇବୁ…

ନୂଆଦିଲ୍ଲୀ, ୨୫।୧୨: କେନ୍ଦ୍ରୀୟ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କ ମନ୍ତବ୍ୟ ନେଇ ଏବେ ରାଜନୈତିକସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ସେ ମହାରାଷ୍ଟ୍ରର ନାଗପୁର ଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ ଦେଇଛନ୍ତି। ଗତ ମାସରେ ସରକାର ପ୍ରତ୍ୟାହାର କରି ନେଇଥିବା ତିନି କୃଷି ଆଇନକୁ ପୁଣି ନୂଆ ରୂପରେ ଫେରାଇ ଅଣାଯିବ ବୋଲି ତୋମର କହିଛନ୍ତି।

ସେ କହିଛନ୍ତି ଯେ ଆମେ କେବଳ ଗୋଟିଏ ପାଦ ପଛକୁ ହଟିଛୁ। କିନ୍ତୁ ଆମେ ପୁଣି ଆଗେଇବୁ। କାରଣ କୃଷକମାନେ ହେଉଛନ୍ତି ଭାରତର ମେରୁଦଣ୍ଡ।

ସରକାର ନିରାଶ ନୁହଁନ୍ତି ବରଂ ଆଗକୁ ଅପେକ୍ଷା କରି ରହିଛନ୍ତି। ତୋମର ତାଙ୍କ ସମ୍ବୋଧନରେ ବିବାଦୀୟ କୃଷି ଆଇନକୁ ପ୍ରତ୍ୟାହାର ପାଇଁ କିଛି ଲୋକଙ୍କୁ ଦାୟୀ କରିଛନ୍ତି। କୃଷି ମନ୍ତ୍ରୀ କହିଛନ୍ତି ଯେ ଆମେ କୃଷି ସଂଶୋଧନ ଆଇନ ଆଣିଛୁ। କିନ୍ତୁ କିଛି ଲୋକ ଏହି ଆଇନକୁ ପସନ୍ଦ କରନ୍ତି ନାହିଁ। ସ୍ବାଧୀନତାର ୭୦ ବର୍ଷ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସଂସ୍କାର ଥିଲା।

ସୂଚନାଯୋଗ୍ୟ, ନଭେମ୍ବର ୨୯ ରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶ ଏବଂ ପଞ୍ଜାବରେ ନିର୍ବାଚନର ତିନି ମାସ ପୂର୍ବରୁ ତିନି କୃଷି ଆଇନ ପ୍ରତ୍ୟାହାର ଘୋଷଣା କରିଥିଲେ। ତେବେ ସରକାରଙ୍କ ଏହି ଘୋଷଣା ପରେ ହଠାତ୍‌ ବିରୋଧୀମାନେ ପ୍ରଶ୍ନ ଉଠାଇବା ଆରମ୍ଭ କରିଥିଲେ। ନିର୍ବାଚନ ପାଇଁ ଏଭଳି କରାଯାଇଥିବା ବିରୋଧି ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri