ମୋ ବସ୍‌ ସେବା ପାଇଁ କୃଷିମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ବର,୨୮।୯(ବ୍ୟୁରୋ): ମଙ୍ଗରାଜପୁର, ଆଗ୍ରାହାଟ, ଗୁରୁଡ଼ିଝାଟିଆ, ଗୋବରା, ଘଣ୍ଟିଖାଲ, ମଞ୍ଚେଶ୍ୱର ଆଦି ଅଞ୍ଚଳରୁ କଟକକୁ ଯିବା ଆସିବା କରିବା ନିମନ୍ତେ ପର୍ଯ୍ୟାପ୍ତ ସରକାରୀ ବସ୍‌ ସେବାରେ ଅଭାବ ରହିଛି। କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ବର୍ତ୍ତମାନ ଚଳାଚଳ କରୁଥିବା ମୋ ବସ୍‌ ସେବାକୁ ଉପରୋକ୍ତ ସ୍ଥାନଗୁଡ଼ିକକୁ ସମ୍ପ୍ରସାରଣ କରିବା ଆବଶ୍ୟକ। ଏଥି ନିମନ୍ତେ ମଙ୍ଗଳବାର ଲୋକସେବା ଭବନଠାରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କ୍ରୁଟ୍‌ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତ କୁଲାଙ୍ଗେ ଓ ଷ୍ଟେଟ ଟ୍ରାନ୍ସପୋର୍ଟ ଅଥରିଟିର ସେକ୍ରେଟାରିଙ୍କ ସମେତ କଟକର ଉପଜିଲାପାଳ ଏବଂ ଆଞ୍ଚଳିକ ପରିବହନ ଅଧିକାରୀ ଯୋଗଦେଇଛନ୍ତି। ବୈଠକରେ କଟକରୁ ଆଗ୍ରାହାଟ ଯାଉଥିବା କ୍ରୁଟ୍‌ର ମୋ ବସ୍‌ ସେବା ଭାୟା ଶଙ୍କରପୁର ଗ୍ରାମ ପଞ୍ଚାୟତ ମହକୁମା ହୋଇ ମଙ୍ଗରାଜପୁର ରାଜବାଟି ଏବଂ କୋଚିଲା-ନୂଆଗାଁ ପର୍ଯ୍ୟନ୍ତ ଚଳାଚଳ କରିବା ପାଇଁ ଆଲୋଚନା ହୋଇଛି। କଟକରୁ ମଞ୍ଚେଶ୍ୱର-ଧବଳେଶ୍ୱର ପର୍ଯ୍ୟନ୍ତ ଯାଉଥିବା ମୋ ବସ୍‌ ମଞ୍ଚେଶ୍ୱରରୁ ଭାୟା ନାରଙ୍ଗବସ୍ତ-କଖଡ଼ି ହୋଇ ଘଣ୍ଟିଖାଲ ରେଳଷ୍ଟେଶନ ପର୍ଯ୍ୟନ୍ତ ଯାଇ ପୁନଃ ସେହି ରାସ୍ତାରେ କଟକ ଫେରିବା ପାଇଁ ଆଲୋଚନା ହୋଇଛି। ଯାତ୍ରୀମାନଙ୍କ ଆବଶ୍ୟକତାକୁ ଦେଖି କଟକର କ୍ରୁଟ୍‌ ବସ୍‌ସେବା ଭାୟା ଗୁରୁଡ଼ିଝାଟିଆ ହୋଇ ଗୋବରା ଗ୍ରାମପଞ୍ଚାୟତ ମହକୁମା ପର୍ଯ୍ୟନ୍ତ ନିୟମିତ ବ୍ୟବଧାନରେ ଯିବା ପାଇଁ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri