କୃଷି କ୍ଷେତ୍ରରେ ପ୍ରାକୃତିକ ସମ୍ପଦର ସୁବିନିଯୋଗ ଦରକାର: ଓୟୁଏଟି କୁଳପତି

ଭୁବନେଶ୍ବର,୨୫ା୧(ବ୍ୟୁରୋ): କୃଷିକ୍ଷେତ୍ରରେ ପ୍ରାକୃତିକ ସମ୍ପଦର ସଂରକ୍ଷଣ ସହ ସୁବିନିଯୋଗ ଦରକାର। ଏହାଦ୍ୱାରା କୃଷି ଉତ୍ପାଦନରେ ବୃଦ୍ଧି ନ ଘଟିଲେ ଆଗାମୀ ଦିନରେ ଦେଶରେ ଖାଦ୍ୟ ସମସ୍ୟା ଉତ୍କଟ ହେବ ବୋଲି ଓୟୁଏଟି କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ କହିଛନ୍ତି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ (ଓୟୁଏଟି) ଅଧୀନ କୃଷି ଇଞ୍ଜିନିୟରିଂ କଲେଜରେ ମଙ୍ଗଳବାର ୨୧ ଦିନିଆ ଶୀତକାଳୀନ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଉକ୍ତ ଉତ୍ସବରେ ପ୍ରଫେସର ରାଉଳ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜଳ ପରିଚାଳନା ସଂସ୍ଥାନ (ଆଇସିଏଆର୍‌) ନିର୍ଦ୍ଦେଶକ ଅର୍ଜମାଦତ୍ତ ଷଡ଼ଙ୍ଗୀ ମଧ୍ୟ ଯୋଗଦେଇଛନ୍ତି।
ଏହି ଅବସରରେ ଅର୍ଜମାଦତ୍ତ କହିଛନ୍ତି, କୃଷି ଉତ୍ପାଦନ ପାଇଁ ଜଳର ଆବଶ୍ୟକତା ଓ ସୁବିନିଯୋଗ ଆବଶ୍ୟକ। ଏହି କାର୍ଯ୍ୟକ୍ରମରେ କୃଷି ଇଞ୍ଜିନିୟରିଂ କଲେଜର ଡିନ୍‌ ପ୍ରଫେସର ସଞ୍ଜୟ କୁମାର ଦାଶ ଓ ବିଭାଗୀୟ ମୁଖ୍ୟ ପ୍ରଫେସର ଜଗଦୀଶ ଚନ୍ଦ୍ର ପାଲ ମଧ୍ୟ ଯୋଗଦେଇଛନ୍ତି। କାର୍ଯ୍ୟକ୍ରମରେ ବିଭିନ୍ନ କୃଷି ବିଶ୍ବବିଦ୍ୟାଳୟ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନର ସହକାରୀ ଅଧ୍ୟାପକ ଓ ରିସର୍ଚ୍ଚ ସ୍କଲାର, ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀ ଏବଂ ଓୟୁଏଟିର ଗବେଷଣାରତ ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ପ୍ରକଳ୍ପ ନିର୍ଦ୍ଦେଶକ ଭରତ ଚନ୍ଦ୍ର ସାହୁ ଏବଂ କୁଳପତି ପ୍ରଫେସର ରାଉଳଙ୍କ ଉଦ୍ୟମ ଯୋଗୁ ଏହି ଶିବିର ସଫଳ ହୋଇପାରିବା ସହ ୨୧ ଦିନିଆ କାର୍ଯ୍ୟକ୍ରମରେ ଇସ୍ରୋ, ଆଇଆଇଟି, ଦିଲ୍ଲୀ, ଖଡ଼ଗପୁର ଆଦି ଅନୁଷ୍ଠାନରୁ ବିଶେଷଜ୍ଞମାନେ ଯୋଗଦେବା କାର୍ଯ୍ୟକ୍ରମ ଅଛି ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri