କୃଷି କ୍ଷେତ୍ରରେ ପ୍ରାକୃତିକ ସମ୍ପଦର ସୁବିନିଯୋଗ ଦରକାର: ଓୟୁଏଟି କୁଳପତି

ଭୁବନେଶ୍ବର,୨୫ା୧(ବ୍ୟୁରୋ): କୃଷିକ୍ଷେତ୍ରରେ ପ୍ରାକୃତିକ ସମ୍ପଦର ସଂରକ୍ଷଣ ସହ ସୁବିନିଯୋଗ ଦରକାର। ଏହାଦ୍ୱାରା କୃଷି ଉତ୍ପାଦନରେ ବୃଦ୍ଧି ନ ଘଟିଲେ ଆଗାମୀ ଦିନରେ ଦେଶରେ ଖାଦ୍ୟ ସମସ୍ୟା ଉତ୍କଟ ହେବ ବୋଲି ଓୟୁଏଟି କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ କହିଛନ୍ତି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ (ଓୟୁଏଟି) ଅଧୀନ କୃଷି ଇଞ୍ଜିନିୟରିଂ କଲେଜରେ ମଙ୍ଗଳବାର ୨୧ ଦିନିଆ ଶୀତକାଳୀନ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଉକ୍ତ ଉତ୍ସବରେ ପ୍ରଫେସର ରାଉଳ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜଳ ପରିଚାଳନା ସଂସ୍ଥାନ (ଆଇସିଏଆର୍‌) ନିର୍ଦ୍ଦେଶକ ଅର୍ଜମାଦତ୍ତ ଷଡ଼ଙ୍ଗୀ ମଧ୍ୟ ଯୋଗଦେଇଛନ୍ତି।
ଏହି ଅବସରରେ ଅର୍ଜମାଦତ୍ତ କହିଛନ୍ତି, କୃଷି ଉତ୍ପାଦନ ପାଇଁ ଜଳର ଆବଶ୍ୟକତା ଓ ସୁବିନିଯୋଗ ଆବଶ୍ୟକ। ଏହି କାର୍ଯ୍ୟକ୍ରମରେ କୃଷି ଇଞ୍ଜିନିୟରିଂ କଲେଜର ଡିନ୍‌ ପ୍ରଫେସର ସଞ୍ଜୟ କୁମାର ଦାଶ ଓ ବିଭାଗୀୟ ମୁଖ୍ୟ ପ୍ରଫେସର ଜଗଦୀଶ ଚନ୍ଦ୍ର ପାଲ ମଧ୍ୟ ଯୋଗଦେଇଛନ୍ତି। କାର୍ଯ୍ୟକ୍ରମରେ ବିଭିନ୍ନ କୃଷି ବିଶ୍ବବିଦ୍ୟାଳୟ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନର ସହକାରୀ ଅଧ୍ୟାପକ ଓ ରିସର୍ଚ୍ଚ ସ୍କଲାର, ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀ ଏବଂ ଓୟୁଏଟିର ଗବେଷଣାରତ ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ପ୍ରକଳ୍ପ ନିର୍ଦ୍ଦେଶକ ଭରତ ଚନ୍ଦ୍ର ସାହୁ ଏବଂ କୁଳପତି ପ୍ରଫେସର ରାଉଳଙ୍କ ଉଦ୍ୟମ ଯୋଗୁ ଏହି ଶିବିର ସଫଳ ହୋଇପାରିବା ସହ ୨୧ ଦିନିଆ କାର୍ଯ୍ୟକ୍ରମରେ ଇସ୍ରୋ, ଆଇଆଇଟି, ଦିଲ୍ଲୀ, ଖଡ଼ଗପୁର ଆଦି ଅନୁଷ୍ଠାନରୁ ବିଶେଷଜ୍ଞମାନେ ଯୋଗଦେବା କାର୍ଯ୍ୟକ୍ରମ ଅଛି ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri