Posted inଫୁରସତ

ଦେଶର ଜିଡିପିରେ ପ୍ରମୁଖ ସ୍ଥାନ ନେଇଛି କୃଷି

ଭାରତ ଏକ କୃଷିପ୍ରଧାନ ଦେଶ। କୃଷି ଦେଶର ଜିଡିପିରେ ପ୍ରମୁଖ ସ୍ଥାନ ହାସଲ କରିଥାଏ। କୃଷକମାନେ ହେଉଛନ୍ତି ଭାରତ ଭଳି ଦେଶର ଆର୍ଥିକ ମେରୁଦଣ୍ଡ ସଦୃଶ। କୃଷି ଏବଂ କୃଷକଙ୍କ ବିକାଶରେ ଦେଶର ବିକାଶ ସମ୍ଭବ ହୋଇପାରିଥାଏ। ତେଣୁ କୃଷକ ଏବଂ କୃଷକମାନଙ୍କର ଜାତୀୟ ଅବଦାନ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଭାରତର ପଞ୍ଚମ ପ୍ରଧାନମନ୍ତ୍ରୀ ଚୌଧରୀ ଚରଣ ସିଂଙ୍କ ଜନ୍ମ ବାର୍ଷିକୀ ଡିସେମ୍ବର ୨୩କୁ ଦେଶରେ କୃଷକ ଦିବସ ଭାବେ ପାଳନ କରାଯାଇଥାଏ। ଅର୍ଥନୀତିରେ ଭାରତୀୟ କୃଷକଙ୍କ ଭୂମିକାକୁ ମନେରଖିବା ଏହି ଦିବସ ପାଳନର ମୂଳ ଲକ୍ଷ୍ୟ। ଚରଣ ସିଂ ଜୁଲାଇ ୧୯୭୯ରୁ ଜାନୁୟାରୀ ୧୯୮୦ ମଧ୍ୟରେ ପ୍ରଧାନମନ୍ତ୍ରୀ ଭାବେ ଅବସ୍ଥାପିତ ଥିଲେ। ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳ ଅଳ୍ପ ସମୟ ଥିଲା। କିନ୍ତୁ ସେ ଦେଶର କୃଷକଙ୍କ କଲ୍ୟାଣ ପାଇଁ ବିଭିନ୍ନ କଲ୍ୟାଣକାରୀ ଯୋଜନା ପ୍ରଣୟନ କରିଥିଲେ। ଦେଶରେ କୃଷକଙ୍କ ସମସ୍ୟା ବିଷୟରେ ସଚେତନତା ପାଇଁ ଚରଣ ସିଂ ୧୯୭୮ ଡିସେମ୍ବର ୨୩ରେ କିଷାନ ଟ୍ରଷ୍ଟ ପ୍ରତିଷ୍ଠା କରିଥିଲେ।
ଚାଷୀଙ୍କୁ ଶୋଷଣରୁ ମୁକ୍ତ କରିବା ପାଇଁ ଚରଣ ସିଂ ମଧ୍ୟ ସର୍ବଦା ଉଦ୍ୟମ ଜାରି ରଖିଥିଲେ। ୨୦୦୧ରେ ଭାରତ ସରକାର ଚରଣ ସିଂଙ୍କ ଜନ୍ମ ବାର୍ଷିକୀକୁ କିଷାନ ଦିବସ ଭାବରେ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri