‘ନୂତନ ପଦ୍ଧତି ଆପଣାଇଲେ କୃଷିର ବିକାଶ ହେବ’

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଖାଦ୍ୟଶସ୍ୟ ଉତ୍ପାଦନ ବୃଦ୍ଧି ସହିତ କୃଷକମାନଙ୍କ ଆୟ ବୃଦ୍ଧି କରିବାକୁ ହେଲେ କୃଷି କ୍ଷେତ୍ରରେ ଆଧୁନିକ ଜ୍ଞନକୌଶଳ ବ୍ୟବହାର କରିବାକୁ ପଡ଼ିବ। ସମୟର ଆହ୍ବାନ ହେଲା ପରିବର୍ତ୍ତିତ ପରିସ୍ଥିତିରେ ନୂତନ ବ୍ୟବସ୍ଥାକୁ ଆପଣାଇବା ଦରକାର। ଜଳବାୟୁ ପରିବର୍ତ୍ତନ ଓ ବଜାର ଚାହିଦାକୁ ଦୃଷ୍ଟିରେ ରଖି ପାରମ୍ପରିକ ପଦ୍ଧତି ବଦଳରେ ନୂତନ ପଦ୍ଧତିକୁ ଆପଣାଇ ପାରିଲେ କୃଷିର ସାମଗ୍ରିକ ବିକାଶ ହୋଇପାରିବ ବୋଲି ବିଜ୍ଞାନ ଓ କାରିଗରୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ସରକାରୀ ଉଦ୍ୟୋଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି। ମଙ୍ଗଳବାର ‘କୃଷି ଓଡ଼ିଶା’ର ଦ୍ୱିତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ପଣ୍ଡା କହିଛନ୍ତି, ନୂତନ ଜ୍ଞାନକୌଶଳର ବ୍ୟବହାର ନିମନ୍ତେ ବିଭିନ୍ନ ଯୋଜନାରେ ରାଜ୍ୟ ସରକାର ଅନେକ ପ୍ରୋତ୍ସାହନ ଯୋଗାଇ ଦେଉଛନ୍ତି। ଏ ଦିଗରେ ଯୁବ ଉଦ୍ୟୋଗୀମାନେ ଷ୍ଟାର୍ଟଅପ୍‌ ଗଠନ ମାଧ୍ୟମରେ ନୂତନ ସୁଯୋଗ ସୃଷ୍ଟି କରିପାରିବେ। ଏଥି ସହିତ ସମନ୍ବିତ କୃଷି ଦ୍ୱାରା କୃଷକଙ୍କ ସାମଗ୍ରିକ ଆୟ ବୃଦ୍ଧି ପାଇବ ବୋଲି ମନ୍ତ୍ରୀ ପଣ୍ଡା କହିଛନ୍ତି।
କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି, ସମ୍ପ୍ରତି ‘କୃଷି ଓଡ଼ିଶା’ର ଲୋକପ୍ରିୟତା ବୃଦ୍ଧି ପାଇବାରୁ ଏହା ଏକ ବୃହତ୍‌ ମେଳା ଭାବେ ତା’ର ଉପସ୍ଥିତି ଜାହିର କରିପାରିଛି। ଏହି ‘କୃଷି ଓଡ଼ିଶା’ରୁ ଚାଷୀମାନେ ବହୁତ କିଛି ଶିଖିବାକୁ ପାଆନ୍ତି। ପରବର୍ତ୍ତୀ ସମୟରେ ସେମାନେ କିଭଳି ଅଧିକ ଅମଳ କରିବେ, ଅଧିକ ଲାଭବାନ ହେବେ ସେଥିଲାଗି ଚେଷ୍ଟା କରନ୍ତି। ‘କୃଷି ଓଡ଼ିଶା’ର ବିଭିନ୍ନ ଦିବସରେ କୃଷି ପାଠଶାଳାର ଆୟୋଜନ ଅତ୍ୟନ୍ତ ଉପଯୋଗୀ ସାବ୍ୟସ୍ତ ହୋଇପାରିଛି। ମଙ୍ଗଳବାର ଏହି କ୍ରମରେ ‘କୃଷକ ଉତ୍ପାଦନକାରୀ ଗୋଷ୍ଠୀକୃଷକ ସଶକ୍ତୀକରଣ ନିମନ୍ତେ ଏକ ଅଭିନବ ପଦକ୍ଷେପ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। କୃଷକ ଉତ୍ପାଦକ ଗୋଷ୍ଠୀର ଉତ୍ପାଦିତ ବିକ୍ରିବଟା ସୁବିଧା ନିମନ୍ତେ ବିଭାଗ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେହିପରି ‘ଫୁଲଚାଷ, ଜୀବିକା ନିର୍ବାହ ଏବଂ ସମୃଦ୍ଧିର ଏକ ନୂତନ ଦିଗନ୍ତ’ ସଂକ୍ରାନ୍ତ ଆଲୋଚନା ଚକ୍ର ଫୁଲଚାଷୀଙ୍କ ପାଇଁ ନୂତନ ସମ୍ଭାବନା ସୃଷ୍ଟି କରିଛି। ସମ୍ପ୍ରତି ରାଜ୍ୟ ୩୦୦୦ କୋଟି ଟଙ୍କାରୁ ଅଧିକ ମତ୍ସ୍ୟ ରପ୍ତାନୀ କରୁଛି। ‘ମାଛଚାଷ-ଚାଷୀଙ୍କ ଆର୍ଥିକ ଉନ୍ନତିର ସୁଗମ ପଥ’ ଆଲୋଚନାଚକ୍ର ରାଜ୍ୟରେ ମାଛ ଉତ୍ପାଦନ ଓ ରପ୍ତାନୀ ବୃଦ୍ଧି ଦିଗରେ ସହାୟକ ହୋଇପାରିବ ବୋଲି ମନ୍ତ୍ରୀ ସାହୁ କହିଛନ୍ତି। ପ୍ରାରମ୍ଭରେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରତ୍ନାକର ରାଉତ ସ୍ବାଗତ ଭାଷଣ ଦେଇଥିବାବେଳେ ଓଡ଼ିଶା ରାଜ୍ୟ ବିହନ ନିଗମର ପରିଚାଳନା ନିର୍ଦ୍ଦେଶକ ଜ୍ୟୋତିରଞ୍ଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଉଦ୍ୟାନ କୃଷି ଏବଂ ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା କୃଷକମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିସହ ଅତିଥିମାନଙ୍କ ଦ୍ୱାରା ଏକ୍ସପର୍ଟ କମିଟି ରେକମଣ୍ଡେସନ୍‌ ପୁସ୍ତକ ଲୋକାର୍ପିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri