Posted inଖେଳ

ସିଙ୍ଗଲ୍ସ, ଡବଲ୍ସରେ ଆହାନ ଚାମ୍ପିୟନ

ଭୁବନେଶ୍ୱର, ୬।୪(ତପନ ସ୍ବାଇଁ): ଓଡ଼ିଶାର ପ୍ରତିଭାସମ୍ପନ୍ନ ଖେଳାଳି ଆହାନଙ୍କ ଚମକ ଟେନିସ କୋର୍ଟରେ ଅବ୍ୟାହତ ରହିଛି। କଳିଙ୍ଗ ଷ୍ଟାଡିୟମ ଟେନିସ କମ୍ପ୍ଲେକ୍ସରେ ଶୁକ୍ରବାର ଶେଷ ହୋଇଥିବା ଏଆଇଟିଏ-ଓଟିଏ ସୁପର ସିରିଜ (ଏସ୍‌ଏସ୍‌) ଟେନିସ ଟୁର୍ନାମେଣ୍ଟର ୧୮ ବର୍ଷରୁ କମ୍‌ ବାଳିକା ବର୍ଗରେ ସେ ଉଭୟ ସିଙ୍ଗଲ୍ସ ଓ ଡବଲ୍ସରେ ଚାମ୍ପିୟନ ହୋଇଛନ୍ତି। ସିଙ୍ଗଲ୍ସ ଫାଇନାଲରେ ଆହାନ ପଶ୍ଚିମବଙ୍ଗର ରିତୁଜା ସାହାଙ୍କୁ ସିଧାସଳଖ ୬-୦, ୬-୦ ସେଟ୍‌ରେ ପରାସ୍ତ କରିଛନ୍ତି। ସେହିପରି ପଶ୍ଚିମବଙ୍ଗର ଆକାଂକ୍ଷା ଘୋଷଙ୍କୁ ପାର୍ଟନର କରି ଡବଲ୍ସ ଖେଳିଥିବା ଆହାନ ଫାଇନାଲରେ ରିତୁଜା ଓ ଆନ୍ଧ୍ର ପ୍ରଦେଶର ଜୋଶିତା ଗୋଲିଙ୍କୁ ୬-୨, ୬-୨ ସେଟ୍‌ରେ ହରାଇ ଦେଇଛନ୍ତି। ଆହାନ ହେଉଛନ୍ତି ଏସ୍‌ ବେସ୍‌ ଟେନିସ ଏକାଡେମୀରେ ରାଜ୍ୟର ପ୍ରତିଷ୍ଠିତ କୋଚ୍‌ ଅଜୟ ନିଶଙ୍କଙ୍କଠାରୁ ପ୍ରଶିକ୍ଷଣପ୍ରାପ୍ତ। ପ୍ରତିଯୋଗିତାର ବାଳକ ବିଭାଗ ସିଙ୍ଗଲ୍‌ସରେ କର୍ନାଟକର ଏମ୍‌. ଦିଗନ୍ତ ଏବଂ ଡବଲ୍ସରେ ମହାରାଷ୍ଟ୍ରର ତୋମାର ଦିଗନ୍ତ ସିଂ ଓ ସାହା ଡ୍ରିକ୍‌ ଯୋଡ଼ି ଚାମ୍ପିୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

ଗୋଟିଏ ଦିନର ବ୍ରାଣ୍ଡ ପ୍ରମୋସନ ପାଇଁ ବୈଭବ ସୂର୍ଯ୍ୟବଂଶୀ ନିଅନ୍ତି କେତେ ଟଙ୍କା? ପରିମାଣ ଶୁଣଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୯: ୧୫ ବର୍ଷୀୟ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଛି। ବ୍ୟାଟିଂରେ ଚମତ୍କାର ପ୍ରଦର୍ଶନ କରି ବୈଭବ ନିଜ ପାଇଁ ଏକ…

ବୁଧଙ୍କ ବଡ଼ ଗୋଚର: ୩ ରାଶିଙ୍କ ଫିଟିବ ଧନଲାଭର ଯୋଗ, ଚାକିରିରେ ବଡ଼ ପ୍ରମୋଶନ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ସ୍ଥିତିରେ ହେଉଥିବା ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ବିଶ୍ୱାସ ରହିଛି ଯେ ବୁଧ ଗ୍ରହ ହେଉଛନ୍ତି ବୁଦ୍ଧି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?