‘ଆଦିପୁରୁଷ’ର ପ୍ରି-ରିଲିଜ ଇଭେଣ୍ଟ ପୂର୍ବରୁ ତିରୁପତି ବାଲାଜୀ ମନ୍ଦିରରେ ପହଞ୍ଚିଲେ ପ୍ରଭାସ

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଫିଲ୍ମ ‘ଆଦିପୁରୁଷ’ ପ୍ରି-ରିଲିଜ ହେବା ପାଇଁ ଆଉ ଅଳ୍ପ ସମୟ ବାକି ଅଛି। ଏଭଳି ପରିସ୍ଥିତିରେ ଏହି ଚଳଚ୍ଚିତ୍ରର ଷ୍ଟାର କାଷ୍ଟ ରିଲିଜ ହେବା ପୂର୍ବରୁ ଏହାକୁ ହିଟ୍‌ କରିବା ପାଇଁ କଠିନ ପରିଶ୍ରମ କରୁଛନ୍ତି। ବର୍ତ୍ତମାନ ଏହି ଚଳଚ୍ଚିତ୍ର ରିଲିଜ ପୂର୍ବରୁ ପ୍ରଭାସ ଦର୍ଶନ ପାଇଁ ତିରୁପତି ବାଲାଜୀରେ ପହଞ୍ଚିଛନ୍ତି।

ପ୍ରଭାସ ତାଙ୍କ ଟିମ୍‌ ସହିତ ହାଇ ସିକ୍ୟୁରିଟି ମଧ୍ୟରେ ତିରୁପତି ପ୍ରଭୁ ଭେଙ୍କଟେଶ୍ୱରଙ୍କୁ ଦର୍ଶନ କରିଥିଲେ ଏବଂ ସେଠାରେ ଥିବା ସୁପ୍ରଭା ସେବାରେ ମଧ୍ୟ ଭାଗ ନେଇଥିଲେ। ଏହି ସମୟରେ ପ୍ରଭାସ ଧଳା କୁର୍ତ୍ତା ଏବଂ ପାଇଜାମା ପିନ୍ଧି ମନ୍ଦିରରେ ପହଞ୍ଚିବାର ନଜର ଆସିଛନ୍ତି।

ଆଜି ‘ଆଦିପୁରୁଷ’ ଫିଲ୍ମର ଆକ୍ସନ ପ୍ୟାକ ଟ୍ରେଲର ତିରୁପତିଠାରେ ଲଞ୍ଚ ହେବାକୁ ଯାଉଛି। ଯେଉଁଠାରେ ପ୍ରଭାସ, କ୍ରିତି ସାନନ ଏବଂ ନିର୍ଦ୍ଦେଶକ ଓମ ରାଉତ ପହଞ୍ଚିବେ ବୋଲି ଆଶା କରାଯାଉଛି। ଏହି ଇଭେଣ୍ଟ ୟୁଟ୍ୟୁବ, ଇନଷ୍ଟାଗ୍ରାମ ଏବଂ ଫେସବୁକରେ ସିଧା ପ୍ରସାରଣ ହେବ।ଏହି ଟ୍ରେଲର ତିରୁପତିସ୍ଥିତ ଶ୍ରୀ ଭେଙ୍କଟେଶ୍ୱର ବିଶ୍ୱବିଦ୍ୟାଳୟ ଷ୍ଟାଡିୟମରେ ଏକ ବିଶାଳ କାର୍ଯ୍ୟକ୍ରମରେ କରାଯିବ। ଏହି ବିଶେଷ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପ୍ରଶଂସକମାନେ ଅନେକ ସହରରୁ ଏଠାରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri