Posted inଜାତୀୟ

ଅମିତ ଶାହାଙ୍କ ମଣିପୁର ଗସ୍ତ ପୂର୍ବରୁ ହିଂସା, ଜଣେ ପୋଲିସ କର୍ମୀଙ୍କ ସମେତ ୫ ମୃତ

ଇମ୍ଫାଲ,୨୯।୫: ମଣିପୁରରେ ହିଂସା ଥମିବାର ନାଁ ନେଉନି। ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଣିପୁର ଗସ୍ତ କରିବାର କାର୍ଯ୍ୟକ୍ରମ ଥିବା ବେଳେ ରବିବାର ରାଜ୍ୟରେ ଭିନ୍ନ ଭିନ୍ନ ଘଟଣାକୁ ନେଇ ପୁଣି ହିଂସା ଉପୁଜିଛି। ଏହି ହିଂସାରେ ଜଣେ ପୋଲିସ କର୍ମୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ହୋଇଛି। ଏହାସହ ୧୨ ଜଣ ଆହତ ହୋଇଛନ୍ତି।

ସୂଚନାଯୋଗ୍ୟ, ଗତ ମାସରେ ମଣିପୁରରେ ଜାତିଗତ ହିଂସାରେ ଅତି କମରେ ୮୦ଜଣଙ୍କର ମୃତ୍ୟୁ ଘଟିଥିଲା। ରବିବାର (ମେ ୨୮) ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ ଏକ ବୟାନ ଜାରି କରି କହିଛନ୍ତି ଯେ ତାଙ୍କୁ ମିଳିଥିବା ରିପୋର୍ଟ ଅନୁଯାୟୀ, ହିଂସାରେ ୪୦ ଜଣ ଆତଙ୍କବାଦୀ ନିହତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଆତଙ୍କବାଦୀମାନେ ସାଧାରଣ ନାଗରିକଙ୍କ ବିରୋଧରେ ଏମ-୧୬ ଏବଂ ଏକେ-୪୭ ଆକ୍ରମଣକାରୀ ରାଇଫଲ ଏବଂ ସ୍ନାଇପର ବନ୍ଧୁକ ବ୍ୟବହାର କରୁଥିଲେ। ସେମାନେ ଅନେକ ଗାଁରେ ଘର ଜାଳିବାକୁ ଆସିଥିଲେ। ସେନା ତଥା ଅନ୍ୟ ସୁରକ୍ଷା ବାହିନୀ ସହାୟତାରେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା ଯେଉଁଥିରେ ପ୍ରାୟ ୪୦ ଆତଙ୍କବାଦୀ ନିହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri