Posted inଜାତୀୟ

ମୋଦିଙ୍କ ଗସ୍ତ ପୂର୍ବରୁ ହସ୍ପିଟାଲର ବହୁ ମରାମତି, ଧଳା କପଡ଼ାରେ ଲୁଚାଯାଇଥିଲା କମ୍ପାନୀର ନାମ: ବିରୋଧୀଙ୍କ ଅଭିଯୋଗ…

ମୋରବି,୧।୧୧ : ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗୁଜୁରାଟର ମୋରବି ଗସ୍ତ କରିଥିଲେ। ଏହି ସମୟରେ ସେ ଝୁଲାପୋଲ ଦୁର୍ଘଟଣା ଘଟିଥିବା ମାଚ୍ଛୁ ନଦୀ କୂଳକୁ ଯାଇଥିଲେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସମଗ୍ର ଅଞ୍ଚଳରେ ବ୍ୟାପକ ମରାମତି କରାଯାଇଥିଲା। ଦୁର୍ଘଟଣାସ୍ଥଳରେ ପୋଲର ମରାମତି କାମ କରିଥିବା କମ୍ପାନୀର ନାମ ଥିବା ଏକ ବୋର୍ଡ ଥିଲା। ତେବେ ଏହି ବୋର୍ଡ ଉପରେ ଏକ ଧଳା କପଡ଼ାରେ ଆଚ୍ଛାଦନ କରାଯାଇ ଲୁଚାଯାଇଥିଲା।

ଏଥି ସହିତ, ଯେଉଁ ଡାକ୍ତରଖାନାରେ ଦୁର୍ଘଟଣାରେ ଆହତ ହୋଇଥିବା ଲୋକମାନେ ଭର୍ତ୍ତି ହୋଇଥିଲେ ାହାର ବିଭିନ୍ନ ସ୍ଥାନରେ ଯୁ୍‌rଦ୍ଦକାଳୀନ ଭିତ୍ତିରେ ରଙ୍ଗ ଦିଆଯିବା ସହିତ ହସ୍ପିଟାଲର ବେଡ ସିଟ ଏବଂ ବେଡ ମଧ୍ୟ ପରିବର୍ତ୍ତନ କରାଯାଇଥିଲା । ମଙ୍ଗଳବାର ଦିନ ଘଟଣାସ୍ଥଳ ପରିଦର୍ଶନ କରିବା ପରେ ପ୍ରଧାନମନ୍ତ୍ରୀ ଆହତମାନଙ୍କୁ ହସ୍ପିଟାଲରେ ଭେଟିଥିଲେ। ପ୍ରଧାନମନ୍ତ୍ରୀ ଘଟଣାସ୍ଥଳରେ ପହଞ୍ଚିବା ପୂର୍ବରୁ ଏହି ପ୍ରସ୍ତୁତିକୁ ବିରୋଧୀ ଦଳଙ୍କ ପକ୍ଷରୁ ଇଭେଣ୍ଟ ମ୍ୟାନେଜମେଣ୍ଟ ବୋଲି ଅଭିଯୋଗ କରାଯାଇଛି।

ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଗୁଜରାଟରେ କ୍ଷମତାରେ ଥିବା ଭାରତୀୟ ଜନତା ପାର୍ଟି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ଏବଂ ଆମ ଆଦମୀ ପାର୍ଟି ପଚାରିଛନ୍ତି ଯେ ଏନଓସି ନ ପାଇ ତୁମେ କିପରି ସମୟ ପୂର୍ବରୁ ସେତୁ ଖୋଲିଲ?

ପୋଲର ମରାମତି କାର୍ଯ୍ୟ ସମୟରେ କମ୍ପାନୀ କିଛି ପୁରୁଣା କେବୁଲ ବଦଳାଇ ନଥିଲା। ମରାମତି ପାଇଁ ମାର୍ଚ୍ଚରୁ ଏହି ସେତୁ ବନ୍ଦ ରହିଥିଲା। ପୋଲରେ ପ୍ରବେଶ ପାଇଁ ଟିକଟ ୧୨ ଟଙ୍କା ଥିବାବେଳେ ଏହାକୁ ୧୭ ଟଙ୍କାରେ ବିକ୍ରି ହୋଇଥିଲା। ଏହାର କ୍ଷମତା ଅପେକ୍ଷା ଅଧିକ ଲୋକଙ୍କୁ ଅନୁମତି ଦିଆଯାଇଥିଲା। ଫଳରେ ଏହିସବୁ କାରଣରୁ ପୋଲଟି ମାତ୍ର ୪ ଦିନ ମଧ୍ୟରେ ଭାଙ୍ଗି ଯାଇଥିବା ଅଭିଯୋଗ ହୋଇଛି।

ଓରେଭା କମ୍ପାନୀର ମାଲିକ ଜୟସୁଖ ଭୋଇ ପଟେଲଙ୍କ ନାମ ପୋଲିସର ଏଫଆଇଆରରେ ନାହିଁ। ଏହି କମ୍ପାନୀ ସ୍ଥାନୀୟ ନାଗରିକ ସଂସ୍ଥାରୁ ଫିଟନେସ ସାର୍ଟିଫିକେଟ ମଧ୍ୟ ନେଇ ନଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri