Posted inଜାତୀୟ

ସାଧାରଣତନ୍ତ୍ର ଦିବସ ପୂର୍ବରୁ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ

ନୂଆଦିଲ୍ଲୀ,୧୩।୧: ାଧାରଣତନ୍ତ୍ର ଦିବସ ପୂର୍ବରୁ ଆତଙ୍କବାଦୀଙ୍କ ଏକ ବଡ଼ ଷଡଯନ୍ତ୍ର ଯୋଜନା ପଣ୍ଡ ହୋଇଛି। ରାଜଧାନୀ ଦିଲ୍ଲୀରେ ସଂଦିଗ୍ଧ ଦୁଇ ଆତଙ୍କବାଦୀଙ୍କୁ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ଗିରଫ କରିଛି। ଆତଙ୍କବାଦୀ ସଂଗଠନ ସହ ଏହି ୨ ବ୍ୟକ୍ତି ଜଡିତ ଥିବା ଜଣାପଡିଛି।
ଅଭିଯୁକ୍ତମାନଙ୍କ ମଧ୍ୟରୁ ଜଗଜିତ୍‌ ସିଂ (୨୯) ଉତ୍ତରପ୍ରଦେଶର ଉଦହମ ସିଂ ନଗରର ବାସିନ୍ଦା ହୋଇଥିବା ବେଳେ ଅନ୍ୟ ଜଣେ ନୌଶାଦ (୫୬) ଦିଲ୍ଲୀର ଜାହାଙ୍ଗୀରପୁରୀର ବାସିନ୍ଦା। ଅଭିଯୁକ୍ତଙ୍କ ନିକଟରୁ ତିନୋଟି ପିସ୍ତଲ ଏବଂ ୨୨ଟି ଜୀବନ୍ତ କାର୍ଟ୍ରିଜ ମଧ୍ୟ ଉଦ୍ଧାର କରାଯାଇଛି।

ପୋଲିସ ସନ୍ଦେହ କରୁଛି ଯେ କାନାଡାରେ ଅବସ୍ଥିତ ଖଲିସ୍ତାନୀ ଆତଙ୍କବାଦୀଙ୍କ ସହ ଜଗଜିତ୍‌ଙ୍କର ସମ୍ପର୍କ ରହିଛି। ପୋଲିସର ସୂଚନାନୁସାରେ, ଉଭୟ ଉତ୍ତର ପଶ୍ଚିମ ଦିଲ୍ଲୀର ଜାହାଙ୍ଗୀରପୁରୀ ଅଞ୍ଚଳରୁ ଧରାପଡିଥିଲେ। ଖଲିସ୍ତାନୀଙ୍କ ସହ ଲିଙ୍କ ଥିବା ଅନ୍ୟ କେତେକ ସନ୍ଦିଗ୍ଧଙ୍କୁ ମଧ୍ୟ ପୋଲିସ ପଚରାଉଚରା କରୁଛି। ସେହିପରି ନୌଶାଦଙ୍କ ପୂର୍ବରୁ ମଧ୍ୟ ଆତଙ୍କବାଦୀ ସଂଗଠନଗୁଡ଼ିକ ସହିତ ସମ୍ପର୍କ ଥିଲା। ସେ ଆତଙ୍କବାଦୀ ସଂଗଠନ ହରକାଟ-ଉଲ-ଅନସର ସହିତ ଜଡିତ ଥିଲେ। ଦୁଇଟି ହତ୍ୟା ମାମଲାରେ ନୌଶାଦଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri