ବଜେଟ ଅଧିବେଶନ ପୂର୍ବରୁ ସବୁ ଦଳର ଚାଲିଛି ରଣନୀତି

ଭୁବନେଶ୍ବର,୨୦ା୨(ବ୍ୟୁରୋ): ରାଜ୍ୟ ସରକାର ୨୦୨୩-୨୪ ବର୍ଷ ପାଇଁ ବଜେଟ ଅଧିବେଶନ ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବାକୁ ଥିବା ଏହି ଅଧିବେଶନରେ ଶାସକ ଦଳକୁ ଘେରିବା ଲାଗି ବିରୋଧୀ ନିଜର ରଣନୀତି ସଜାଡୁଛନ୍ତି। ତେବେ ଗୃହ ଭଲରେ କିପରି ଚାଲିବ ସେ ନେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ। ଏଥିରେ ଗୃହକୁ ସୁରୁଖୁରୁରେ ଚଳାଇବାକୁ ଦେବା ପାଇଁ ବାଚସ୍ପତି ସବୁ ଦଳର ସହଯୋଗ ଲୋଡ଼ିବେ। ଅପରପକ୍ଷରେ ରାଜ୍ୟର ସବୁଠାରୁ ବଡ ଚର୍ଚ୍ଚିତ ଘଟଣା ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗ ଏବଂ ଆଇନଶୃଙ୍ଖଳା ସ୍ଥିତି କଥାକୁ ନେଇ ବିରୋଧୀ ସରକାରଙ୍କୁ ଘେରିବା ଲାଗି ସବୁ ପ୍ରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ତେବେ କେଉଁ ପ୍ରସଙ୍ଗକୁ ମୂଳତଃ ଗୃହରେ ଉପସ୍ଥାପନା କରାଯିବ ସେ ନେଇ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯିବ। ଭାଜପା ବିଧାୟକ ଦଳ ବୈଠକ ସୋମବାର ଅପରାହ୍ନ ୪ଟା ସମୟରେ ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଏବଂ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ଏଥିରେ କେଉଁସବୁ ପ୍ରସଙ୍ଗକୁ ମୁଖ୍ୟତଃ ଆଧାର କରି ଦଳ ଶାସକ ଦଳକୁ ଘେରିବ ସେନେଇ ଯୋଜନା କରିବ। ଏହାରି ଭିତରେ ନବ ଦାସ ହତ୍ୟାକାଣ୍ଡ ଘଟଣା ସାଙ୍ଗକୁ ଏହି ପ୍ରସଙ୍ଗରେ ବିରୋଧ ପ୍ରଦର୍ଶନ ସମୟରେ ବିରୋଧୀ ଦଳ ନେତା ଏବଂ ଜଣେ ମହିଳା ଆଇଆଇସିଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ମୁହାଁମୁହିଁ ସ୍ଥିତି ସାଙ୍ଗକୁ ଅରୂପ ପଟ୍ଟନାୟକ ଜୟନାରାୟଣଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟ ଏବଂ ତିର୍ତ୍ତୋଲ ବିଧାୟକଙ୍କ ବିରୋଧରେ ତାଙ୍କ ବାନ୍ଧବୀଙ୍କ ଅଭିଯୋଗକୁ ଜୋର୍‌ଦାର ଭାବେ ଉଠାଇ ଶାସକ ଦଳକୁ ଭାଜପା ଟାର୍ଗେଟ କରିବାକୁ ଯୋଜନା କରୁଛି। ତେବେ ଏହାରି ଭିତରେ କଂଗ୍ରେସ ବିଧାୟକ ଦଳ ବୈଠକ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ। କଂଗ୍ରେସ ମଧ୍ୟ ଚାଷୀ ପ୍ରସଙ୍ଗ, ଆଇନଶୃଙ୍ଖଳା ପରିସ୍ଥିତି କଥାକୁ ଧରି ଶାସକ ଦଳକୁ ଟାର୍ଗେଟ କରିବାକୁ ଯୋଜନା କରିଛି। ତେବେ ଶାସକ ଦଳ ମଧ୍ୟ କେନ୍ଦ୍ର ବିରୋଧୀ ଆଭିମୁଖ୍ୟକୁ ଜୋରଦାର କରିବାକୁ ଲକ୍ଷ୍ୟ ରଖିଛି। କେନ୍ଦ୍ର ସରକାର ଚାଉଳ ଯେତିକି ଉଠାଇବା କଥା ସେହି ଧାର୍ଯ୍ୟ କମାଇ ଦେବା, କୋଭିଡ୍‌ ସମୟରୁ ଦେଉଥିବା ମାଗଣା ୫ କେଜି ଚାଉଳ ଦେବା ବନ୍ଦ କରିଦେବା ଆଦି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗୁ ଉଠାଇ ବିରୋଧୀଙ୍କୁ ଟାର୍ଗେଟ କରିବାକୁ ଯୋଜନା କରୁଛି। ତେବେ ଏନେଇ ଆସନ୍ତା ୨୧ ତାରିଖରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହେବ ବୋଲି ଦଳର ଜଣେ ବିଧାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୧।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?