ଇମ୍ରାନ୍‌ଙ୍କ ଫାଇନାଲ ଫାଇଟ୍‌

ଇସ୍‌ଲାମାବାଦ,୯ା୪: ପାକିସ୍ତାନ ପ୍ରଧାନ ମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ଶନିବାର ହେବ ଭାଗ୍ୟ ପରୀକ୍ଷା। ଫାଇନାଲ ଫାଇଟର ସାମ୍ନା କରିବେ ଇମ୍ରାନ୍‌ । ସ୍ଥାନୀୟ ସମୟ ୧୦ଟାରେ ନ୍ୟାଶନାଲ ଆସେମ୍ବ୍ଲିରେ ଅନାସ୍ଥା ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହେବ।

ପାକିସ୍ତାନ ସୁପ୍ରିମକୋର୍ଟ ଉପବାଚସ୍ପତିଙ୍କ ପଦକ୍ଷେପକୁ ଅସାମ୍ବିଧାନିକ ଦର୍ଶାଇ ଖାରଜ କରିବାର ଦିନକ ପରେ ବିରୋଧୀ ଦଳଗୁଡ଼ିକ ନ୍ୟାଶନାଲ ଆସେମ୍ବ୍ଲି ସେକ୍ରେଟାରିଙ୍କ ନିକଟରେ ଅନାସ୍ଥା ପ୍ରସ୍ତାବ ଦାଖଲ କରିଛନ୍ତି। ଇତିମଧ୍ୟରେ ନୂଆ ସରକାର ଗଠନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଇମ୍ରାନ୍‌ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେଇ ନ ପାରିଲେ ଅନାସ୍ଥା ଭୋଟ ଜରିଆରେ ବିଦା ହେବାରେ ସେ ହେବେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ। ଏହା ପରେ ବିରୋଧୀ ମେଣ୍ଟ ପକ୍ଷରୁ ବିରୋଧୀ ଦଳ ନେତା ତଥା ପାକିସ୍ତାନ ମୁସଲିମ୍‌ ଲିଗ୍‌ (ନଓ୍ବାଜ୍‌) ଅଧ୍ୟକ୍ଷ ଶେହଓ୍ବାଜ୍‌ ଶରିଫ୍‌ଙ୍କୁ ପ୍ରଧାନମନ୍ତ୍ରୀ ବଛାଯିବ। ତେବେ ଶେହଓ୍ବାଜ୍‌ ୨୦୨୩ ଅଗଷ୍ଟ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ପଦରେ ରହିପାରିବେ। ତା’ପରେ ଦେଶରେ ସାଧାରଣ ନିର୍ବାଚନ ହେବ। ୩୪୨ ଆସନ ବିଶିଷ୍ଟ ନ୍ୟାଶନାଲ ଆସେମ୍ବ୍ଲିରେ ମ୍ୟାଜିକ୍‌ ନମ୍ବର ୧୭୨ ହୋଇଥିବାବେଳେ ବିରୋଧୀ ତହିଁରୁ ଅଧିକ ଏମ୍‌ପିଙ୍କ ସମର୍ଥନ ହାସଲ କରିଥିବା ଦାବି କରିଛନ୍ତି। ଇମ୍ରାନ୍‌ ତାଙ୍କ ସରକାରର ପତନ ଘଟାଇବା ପାଇଁ ବିଦେଶୀ ଷଡ଼ଯନ୍ତ୍ର କାମ କରିଥିବା ଅଭିଯୋଗ ଆଣିଥିବା ବେଳେ ଅବସରପ୍ରାପ୍ତ ସେନା ଅଧିକାରୀ ଲ୍ୟୁଟ୍‌ନାଣ୍ଟ ଜେନେରାଲ ତାରିକ୍‌ ଖାନ୍‌ଙ୍କ ଅଧ୍ୟକ୍ଷତାରେ ଏହାର ତଦନ୍ତ ଲାଗି ଏକ କମିଶନ ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri