Posted inଜାତୀୟ

ନିଶ ମୋଡ଼ିବାରୁ ଦଳିତ ଯୁବକଙ୍କୁ ନିସ୍ତୁକ ମାଡ଼

ଅହମ୍ମଦାବାଦ,୨୬।୫: ନିଶ ମୋଡ଼ିବା କାରଣରୁ ୨୨ ବର୍ଷୀୟ ଦଳିତ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ଅହମ୍ମଦାବାଦ ଗ୍ରାମୀଣ ଅଞ୍ଚଳ ବିରାମଗାମ ତାଲୁକାର କରାକଠାଲ ଗାଁରେ ଘଟିଛି ଏଭଳି ଘଟଣା। ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ତେବେ ଏହି ଘଟଣାକୁ ନେଇ ଟୁଇଟରରେ ‘ସୁରେଶ ନିଶ୍ଚେ ନିଶ ରଖିବ’ ଟ୍ରେଣ୍ଡ କରୁଛି। ଏହାକୁ ଏପର୍ଯ୍ୟନ୍ତ ୧୨ ହଜାରରୁ ଊର୍ଦ୍ଧ୍ୱ ଟୁଇଟ୍‌ ହୋଇସାରିଲାଣି।

ରବିବାର ରାତିରେ ଘଟିଥିବା ଘଟଣାକୁ ନେଇ ୬ ଜଣ ନାମଧାରୀଙ୍କ ସମେତ ୧୦ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ପୀଡ଼ିତଙ୍କୁ ଶିବ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ପୋଲିସ ଅଧିକାରୀ କହିଛନ୍ତି।

ପୀଡ଼ିତ ହେଉଛନ୍ତି କାରାକଠାଲ ଗାଁର ବାସୀନ୍ଦା ସୁରେଶ ବାଘେଲା। ଅଭିଯୋଗ ପତ୍ରରେ ସୁରେଶ ଦର୍ଶାଇଛନ୍ତି, ରବିବାର ରାତି ପ୍ରାୟ ୧୦ରେ ମୋତେ ଧାମା ଭାଇ (ଅଭିଯୁକ୍ତ) କଲ କରି ନିଶ କାହିଁକି ରଖିଛୁ ବୋଲି ପଚାରିଥିଲେ। କିଛି ସମୟରେ ଧାମା ଭାଇଙ୍କ ସମେତ ୧୦ ଜଣ ଲୁହା ରଡ ଓ ବାଡ଼ି ଧରି ପହଞ୍ଚିଥିଲେ ମୋ ଘରେ। ସେମାନେ ଗାଳିଗୁଲଜ କରିବା ସହ ମୋତେ ମାଡ଼ମାରି ନିର୍ଯାତନା ଦେଇଥିଲେ। ଏହାପରେ ମୋତେ ଶିବ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ସହ ମୋର କୌଣସି ଶତୃତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri