Posted inଜାତୀୟ

ଅହମ୍ମଦବାଦ ଭୟଙ୍କର ସଡକ ଦୁର୍ଘଟଣା: ଲୋକ ଗହଳିରେ ଚଢିଗଲା ଜାଗୁଆର, ୯ମୃତ

ଅହମ୍ମଦାବାଦ,୨୦।୭: ଗୁଜୁରାଟର ଅହମ୍ମଦାବାଦରେ ଅବସ୍ଥିତ ଇସ୍କନ ବ୍ରିଜରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ରାତି ଅଧରେ ଇସ୍କନ ବ୍ରିଜରେ ଥାର ଗାଡି ଏବଂ ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ଦେଖିବା ପାଇଁ ବ୍ରିଜ ଉପରେ ଲୋକ ଭିଡ଼ ଜମାଇଥିଲେ। ତେବେ ଏହି ସମୟରେ ଏକ ଦ୍ରୁତ ଗତିରେ ଆସୁଥିବା ଜାଗୁଆର କାର ଲୋକଙ୍କ ଉପରକୁ ମାଡି ଯାଇଥିଲା। ମୃତକଙ୍କ ମଧ୍ୟରେ ଜଣେ ପୋଲିସ କନଷ୍ଟେବଳ ଏବଂ ହୋମ ଗାର୍ଡ ମଧ୍ୟ ଅଛନ୍ତି। ଏମାନେ ଥାର ଏବଂ ଡମ୍ପର ଦୁର୍ଘଟଣାର କାର୍ଯ୍ୟାନୁଷ୍ଠାନ ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହି ଦୁର୍ଘଟଣାରେ କାର ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି। ଆହତଙ୍କ ସମେତ ଡ୍ରାଇଭରଙ୍କୁ ମଧ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ବହୁ ସଂଖ୍ୟକ ପୋଲିସ ଫୋର୍ସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ…

ଏହି କଥା ଶୁଣି କାନ୍ଦିଲେ ଭୂମିକା

ବଲିଉଡ ଅଭିନେତ୍ରୀ ଭୂମିକା ଚାୱଲା ଜଣେ ଜଣାଶୁଣା ଅଭିନେତ୍ରୀ। ଯଦିଓ ଆଜିକାଲି ସେ ଫିଲ୍ମରେ କମ୍‌ ସକ୍ରିୟ ଅଛନ୍ତି, କିନ୍ତୁ ସେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ସେ…

କଂଗ୍ରେସ ଛାଡିବାରୁ ଚମକିଲା ଭାଗ୍ୟ! ୪୦ ବର୍ଷ ପରେ ଭାଜପାକୁ ମିଳିବ ମେୟର ପଦ, ଋତୁ ହେବେ BMC ମେୟର

ମୁମ୍ବାଇ,୭।୨: BMC ନିର୍ବାଚନରେ ବିଜୟ ପରେ, ମେୟର ନିର୍ବାଚନକୁ ନେଇ ସସପେନ୍ସ ଶେଷ ହୋଇଛି। ଭାଜପାର ଋତୁ ତାୱଡେ ମୁମ୍ବାଇର ମେୟର ହେବେ, ସେହିପରି ଶିବସେନାର ସଞ୍ଜୟ…

କମାଲ କଲେ ବୈଜ୍ଞାନିକ, ମାଟିରେ ନୁହେଁ ପବନରେ ଫଳିଲା ଆଳୁ

ନୂଆଦିଲ୍ଲୀ,୭।୨:  ଗ୍ୱାଲିୟରର ରାଜମାତା ବିଜୟା ରାଜେ ସିନ୍ଧିଆ କୃଷି ବିଶ୍ୱବିଦ୍ୟାଳୟରେ, କୃଷି ବୈଜ୍ଞାନିକମାନେ ଏରୋପୋନିକ୍ସ ପଦ୍ଧତି ବ୍ୟବହାର କରି ଆଳୁ ବିହନ ଚାଷ କରୁଛନ୍ତି । ଏହି ଗଛଗୁଡ଼ିକୁ…

ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି: ଯିବା ପୂର୍ବରୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ମାଲେସିଆ ଗସ୍ତ ଗସ୍ତରେ ଯାଇଛନ୍ତି। ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଭାରତ ଏବେ ପ୍ରତିରକ୍ଷା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri