Posted inଜାତୀୟ

ଦୁର୍ଘଟଣାଗ୍ରସ୍ତ ଏୟାର ଇଣ୍ଡିଆ ବିମାନରେ ଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଅହମ୍ମଦାବାଦ,୧୨।୬: ଗୁଜୁରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ଆସିଛି। ଏହି ବିମାନରେ ୨୪୨ ଯାତ୍ରୀ ଥିଲେ। ସବୁଠୁ ବଡ଼ କଥା ହେଉଛି, ଏହି ବିମାନରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଥିବା କୁହାଯାଉଛି। ସେ ଝିଅଙ୍କୁ ଦେଖା କରିବାକୁ ଲଣ୍ଡନ ଯାଉଥିଲେ। ଏହି ଦୁର୍ଘଟଣା ଅହମ୍ମଦାବାଦର ମେଘାନୀନଗର ଅଞ୍ଚଳରେ ଘଟିଛି। ବିମାନଟି ଉଡ଼ାଣ ଆରମ୍ଭ କରିବା ପରେ ତୁରନ୍ତ ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ପରେ ଲୋକମାନେ ଆକାଶରେ ଧୂଆଁ ଉଡ଼ୁଥିବାର ଦେଖିଥିଲେ। କୁହାଯାଉଛି ଯେ, ଏହା ଏକ ଯାତ୍ରୀବାହୀ ବିମାନ ଥିଲା, ଦୁର୍ଘଟଣାରେ ଅନେକ ଲୋକଙ୍କ ମୃତ୍ୟୁ ହେବାର ଆଶଙ୍କା କରାଯାଉଛି। ବର୍ତ୍ତମାନ ୭ଟି ଅଗ୍ନିଶମ ବାହିନୀ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାମ କରାଯାଉଛି। ବିମାନଟି ଅହମ୍ମଦାବାଦରୁ ଲଣ୍ଡନ ଯାଉଥିଲା।

ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଏହି ମର୍ମନ୍ତୁଦ ଦୁର୍ଘଟଣା ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘଟିଛି। ତଥାପି, ବିମାନଟି ବିମାନବନ୍ଦର ସୀମା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଅନୁମାନ କରାଯାଉଛି। ସାମ୍ନାକୁ ଆସିଥିବା ପ୍ରାରମ୍ଭିକ ଚିତ୍ରରେ ବିମାନଟି ଖଣ୍ଡ ଖଣ୍ଡ ହୋଇଯାଇଥିବା ଦେଖାଯାଉଛି। ଉଦ୍ଧାର କାର୍ଯ୍ୟ ଚାଲିଛି।

ଚିତ୍ରରେ ଦେଖାଯାଉଛି ଯେ, ବିମାନର ଗୋଟିଏ ଡେଣା ଭାଙ୍ଗି ପଡ଼ିଛି। ଅଗ୍ନିଶମ କର୍ମଚାରୀମାନେ ପାଣି ସିଞ୍ଚନ କରି ନିଆଁକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି। ବର୍ତ୍ତମାନ ନିଆଁକୁ କିଛି ପରିମାଣରେ ନିୟନ୍ତ୍ରଣ କରାଯାଇଛି। ବିମାନଟି ବିମାନବନ୍ଦରରେ ଅବତରଣ କରୁଥିଲା କି ଉଡ଼ାଣ ଭରୁଥିଲା ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। ଏହି ବିମାନଟି ଏୟାର ଇଣ୍ଡିଆର ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?