Posted inଜାତୀୟ

ଅହମଦାବାଦ୍‌ ସିରିଏଲ୍‌ ବିସ୍ଫୋରଣ, ୪୯ ଦୋଷୀ ସାବ୍ୟସ୍ତ-୨୮ ଦୋଷମୁକ୍ତ…

ଅହମଦାବାଦ୍‌, ୮।୨ : ଅହମଦାବାଦ୍‌ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ଗୁଜୁରାଟ ସ୍ପେଶାଲ କୋର୍ଟ ରାୟ ଦେଇଛନ୍ତି। ବିସ୍ଫୋରଣ ମାମଲାରେ ୪୯ ଜଣଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏଥି ସହିତ, ୭୭ ଅଭିଯୁକ୍ତଙ୍କ ମଧ୍ୟରୁ ୨୮ ଜଣଙ୍କୁ ନିର୍ଦ୍ଦୋଷ ବୋଲି କହି ଖଲାସ କରିଛନ୍ତି। ଅହମ୍ମଦାବାଦରେ ୨୦୦୮ ଜୁଲାଇ ୨୬ରେ ହୋଇଥିବା ସିରିଏଲ ବିସ୍ଫୋରଣରେ ସ୍ବତନ୍ତ୍ର ଅଦାଲତର ବିଚାରପତି ଅମ୍ବାଲାଲ ପଟେଲ ଏହି ରାୟ ପ୍ରଦାନ କରିଛନ୍ତି। ଅହମ୍ମଦାବାଦର ୨୦ ଟି ସ୍ଥାନରେ ୨୧ ଟି ବିସ୍ଫୋରଣରେ ଅଭିଯୁକ୍ତଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିଲା। ଯେଉଁଥିରେ ୨୮ ଜଣ ଅଭିଯୁକ୍ତ ୭ଟି ରାଜ୍ୟର ଭିନ୍ନ ଭିନ୍ନ ଜେଲରେ ରହିଛନ୍ତି।

ଏହି ବିସ୍ଫୋରଣରେ ୫୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୪୬ ଜଣ ଆହତ ହୋଇଥିଲେ।

ଅହମ୍ମଦାବାଦ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ୯୦୦୦ ପୃଷ୍ଠାର ଚାର୍ଜସିଟ ଦାଖଲ କରାଯାଇଥିଲା। ଯେଉଁଥିରେ ୬୦୦୦ ଡକ୍ୟୁମେଣ୍ଟାରୀ ପ୍ରମାଣ ରହିଥିଲା। ଏହି ସମୟରେ ୯ ଜଣ ବିଚାରପତି ବଦଳିଛନ୍ତି। ଏଥି ସହିତ, ୧,୧୧୭ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା।

ଏହି ମାମଲାରେ ଅହମ୍ମଦାବାଦରେ ୧୯ ଟି ଏବଂ କଲୋଲରେ ଗୋଟିଏ ମାମଲା ପଞ୍ଜିକୃତ ହୋଇଥିଲା। ବୋମା ତିଆରି କରିଥିବା ନେଇ ଅଭିଯୁକ୍ତଙ୍କ ବିରୋଧରେ ପର୍ଯ୍ୟାପ୍ତ ପ୍ରମାଣ ରହିଥିବା କୋର୍ଟରେ କୁହାଇଥିଲା। ଯେଉଁ ଗାଡିରେ ବୋମା ଲଗାଯାଇଥିଲା ସେହି ଗାଡିଗୁଡ଼ିକ ଅଭିଯୁକ୍ତଙ୍କ ଦ୍ୱାରା ନିଆଯାଇଥିବାର ଯଥେଷ୍ଟ ପ୍ରମାଣ ମଧ୍ୟ ରହିଥିଲା। ଅପରାଧୀମାନେ ସରକାରଙ୍କ ବିରୋଧରେ ଅପରାଧିକ ଷଡଯନ୍ତ୍ର, ଦେଶଦ୍ରୋହ ଏବଂ ଆତଙ୍କ ସୃଷ୍ଟି କରିବାର ପ୍ରମାଣ ମଧ୍ୟ ରହିଥିଲା। ରାଜ୍ୟର ଶାନ୍ତି ଭଙ୍ଗ କରିବା ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଖରାପ କରିବା ପାଇଁ ଅଭିଯୁକ୍ତଙ୍କ ବିରୋଧରେ ପ୍ରମାଣ ସାବ୍ୟସ୍ତ ହୋଇଥିଲା।

ତେବେ ପ୍ରତିପକ୍ଷ ଆଇନଜୀବୀଙ୍କ ପକ୍ଷରୁ କୁହାଯାଇଥିଲା ଯେ, ମିଥ୍ୟା ଅଭିଯୋଗ କରି ମାମଲା କରାଯାଇଛି । ଏହି ଅପରାଧରେ ଅଭିଯୁକ୍ତମାନେ ସମ୍ପୃକ୍ତ ନ ଥିଲେ। ଅଭିଯୁକ୍ତଙ୍କ ବିରୋଧରେ ମିଥ୍ୟା ପ୍ରମାଣ ତିଆରି କରାଯାଇଥିବା ପ୍ରତିପକ୍ଷ ଆଇନଜୀବୀ ଯୁକ୍ତି ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri