Posted inଖେଳ

ଭାରତ-ପାକିସ୍ତାନ ମ୍ୟାଚରେ ବାଧକ ସାଜିପାରେ ବର୍ଷା, ପାଣିପାଗ ବିଭାଗର ସୂଚନା

ଅହମ୍ମଦାବାଦ,୧୩।୧୦: ଶନିବାର ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍‌ ମ୍ୟାଚ ଖେଳାଯିବ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହେବେ। ଦିନିକିଆ ବିଶ୍ୱକପ୍‌ରେ ବର୍ତ୍ତମାନର ସଂସ୍କରଣରେ ଉଭୟ ଦଳର ଫର୍ମ ଉତ୍କୃଷ୍ଟ ରହିଛି। ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ତାନ ବିପକ୍ଷରେ ଭାରତ ବିଜୟ ହାସଲ କରିଛି। ଏଥି ସହିତ ପାକିସ୍ତାନ ନେଦରଲ୍ୟାଣ୍ଡ ଏବଂ ଶ୍ରୀଲଙ୍କାକୁ ପରାସ୍ତ କରିଛି। ବର୍ତ୍ତମାନ ରୋହିତ ଶର୍ମା ଏବଂ ବାବର ଆଜମ ନଜର ବିଜୟ ଉପରେ ରହିବ। ମ୍ୟାଚକୁ ନେଇ ପ୍ରଶଂସକମାନେ ଉତ୍ସାହ ଅଛନ୍ତି। ଏହି ସମୟରେ ପାଗକୁ ନେଇ ବଡ ଖବର ଆସିଛି।

ସୂଚନାଯୋଗ୍ୟ, ମ୍ୟାଚ ସମୟରେ ଷ୍ଟାଡିୟମରେ ଏକ ଲକ୍ଷରୁ ଅଧିକ ଦର୍ଶକ ଉପସ୍ଥିତ ରହିପାରନ୍ତି। ହେଲେ ସମସ୍ତଙ୍କ ଉତ୍ସାହକୁ ବର୍ଷା ନଷ୍ଟ କରିପାରେ। ଏହି ମ୍ୟାଚ ସମୟରେ ଅହମ୍ମଦାବାଦ ସହର ଏବଂ ଉତ୍ତର ଗୁଜରାଟରେ ହାଲୁକା ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତ ପାଣିପାଗ ବିଭାଗ (ଆଇଏମଡି)।

ଆଇଏମଡି ସୂଚନା ଅନୁଯାୟୀ, ଅକ୍ଟୋବର ୧୪ଏବଂ ୧୪ରେ ଉତ୍ତର ଗୁଜରାଟ ଏବଂ ଅହମ୍ମଦାବାଦର କିଛି ଅଂଶରେ ହାଲୁକା ବର୍ଷା ହୋଇପାରେ। ପାଣିପାଗ ବିଭାଗ କହିଛି, ଆସନ୍ତା ପାଞ୍ଚ ଦିନ ମଧ୍ୟରେ ଗୁଜରାଟରେ ପାଗ ଶୁଖିଲା ରହିବ ବୋଲି ଆଶା କରାଯାଉଛି। ଅହମ୍ମଦାବାଦର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରାମା ମହାନ୍ତି କହିଛନ୍ତି, ଆକାଶ ମେଘୁଆ ରହିବ। ପରଦିନ ଅହମ୍ମଦାବାଦ ଏବଂ ଅନ୍ୟ ଉତ୍ତର ଜିଲାରେ ହାଲୁକା ବର୍ଷା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri