ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ ଶିକାରୀକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲେ କପ୍ତିପଦା ଥାନା ଅନ୍ତର୍ଗତ ଜେ.ଏସ. ଜାମଡିହା ଗ୍ରାମର ଦଶରଥ ସିଂ (୫୦)। ତାଙ୍କ ନିକଟରୁ ଗୋଟିଏ ହାତତିଆରି ଦେଶୀ ବନ୍ଧୁକ, ୧୫୫ ଗ୍ରାମ କଳା ବିସ୍ଫୋରକ, ୨୫ ଗ୍ରାମ ଧଳା ବିସ୍ଫୋରକ, ସାଇକେଲ ବଲ, ପିନ୍‌ ଓ ମାଚିସ ବକ୍ସ ପରି ଶିକାର ପାଇଁ ବ୍ୟବହୃତ ଅନେକ ସାମଗ୍ରୀ ଜବତ କରିଛି। ଅଭିଯୁକ୍ତଙ୍କ ବିରୋଧରେ ବନ୍ୟପ୍ରାଣୀ ସଂରକ୍ଷଣ ଆଇନ ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତଙ୍କୁ ବାରିପଦା ସ୍ଥିତ CJM କୋର୍ଟରେ ହାଜର କରାଯାଇଛି।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟା ୩୫ ମିନିଟ ସମୟରେ ଜଙ୍ଗଲ ମଧ୍ୟରେ ଲାଗିଥିବା ଏଆଇ କ୍ୟାମେରାରୁ ଏକ ଫଟୋ ଆଲର୍ଟ ବନ ବିଭାଗକୁ ମିଳିଥିଲା। ଏହି ସୂଚନା ପାଇବା ମାତ୍ରେ ପୋଡ଼ାଡିହା ରେଞ୍ଜର ଏକ ସ୍ବତନ୍ତ୍ର ଟିମ୍‌ ଜଙ୍ଗଲ ମଧ୍ୟରେ ଅତର୍କିତ ଚଢ଼ାଉ କରିଥିଲେ। ବନ କର୍ମଚାରୀମାନେ ଜଙ୍ଗଲରେ ଛପି ରହିଥିବା ବେଳେ ଜଣେ ବ୍ୟକ୍ତି ସେଠାରୁ ଖସି ପଳାଇବାକୁ ଚେଷ୍ଟା କରିଥିଲେ। ମାତ୍ର ଚତୁରତାର ସହ ବନ ବିଭାଗ ଟିମ୍‌ ତାଙ୍କୁ କାବୁ କରିବାରେ ସଫଳ ହୋଇଥିଲେ। ଏହି ଶିକାରୀ ଦଳରେ ଅନ୍ୟ କେଉଁମାନେ ସାମିଲ ଅଛନ୍ତି, ସେ ନେଇ ବନ ବିଭାଗ ଅଧିକ ତଦନ୍ତ ଜାରି ରଖିଥିବା ସୂଚନା ଶିମିଳିପାଳ ଦକ୍ଷିଣ ବନ୍ୟପ୍ରାଣୀ ଡିଭିଜନର ଉପନିର୍ଦ୍ଦେଶକ ସମ୍ରାଟ ଗୌଡ଼ା ସୂଚନା ଦେଇଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri