କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ ଯୋଡ଼ାଚୁଆ ବିଟ୍‌ ଅଞ୍ଚଳରେ ବନବିଭାଗ ଦ୍ୱାରା ଖଞ୍ଜା ଯାଇଥିବା ଏ.ଆଇ କ୍ୟାମେରାରେ କଏଦ ହୋଇଥିବା ଫଟୋ ଅନୁଯାୟୀ କେସିପୁର ପଞ୍ଚାୟତ ଟୁଲୁକଡାବ ଅଞ୍ଚଳର ସୁକାନ୍ତ ଖଣ୍ଡେଇ ଓ ନିରଞ୍ଜନ ମଡେଇ ଜଙ୍ଗଲକୁ ଅବାଧ ଶିକାର କରିବା ପାଇଁ ପ୍ରବେଶ କରିଥିଲେ।

ବନବିଭାଗ ଦାରା ଖଞ୍ଜା ଯାଇଥିବା ଦୁଇଟି ଟ୍ରାପ କ୍ୟାମେରାରେ ଏମାନଙ୍କ ଫଟୋ କଏଦ ହୋଇଥିଲା। ବନବିଭାଗର ରୁଟିନ ଚେକ୍‌ ସମୟରେ ଘଟଣା ଜଣାପଡ଼ିବା ପରେ ସେମାନଙ୍କ ସନ୍ଧାନରେ ଥିଲା। ରବିବାର ରାତିରେ କୁଲଡ଼ିହା ବନବିଭାଗ ଉଭୟ ଶିକାରୀଙ୍କୁ ତାଙ୍କ ଘରୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ଗୋଟିଏ ଦେଶୀ ବନ୍ଧୁକ, ଫାଶ, ଧନୁତୀର ଜବତ କରାଯାଇଛି। ଅଧିକ ତଦନ୍ତ ଚାଲିଥିବା ବିଭାଗୀୟ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri