କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ ଯୋଡ଼ାଚୁଆ ବିଟ୍‌ ଅଞ୍ଚଳରେ ବନବିଭାଗ ଦ୍ୱାରା ଖଞ୍ଜା ଯାଇଥିବା ଏ.ଆଇ କ୍ୟାମେରାରେ କଏଦ ହୋଇଥିବା ଫଟୋ ଅନୁଯାୟୀ କେସିପୁର ପଞ୍ଚାୟତ ଟୁଲୁକଡାବ ଅଞ୍ଚଳର ସୁକାନ୍ତ ଖଣ୍ଡେଇ ଓ ନିରଞ୍ଜନ ମଡେଇ ଜଙ୍ଗଲକୁ ଅବାଧ ଶିକାର କରିବା ପାଇଁ ପ୍ରବେଶ କରିଥିଲେ।

ବନବିଭାଗ ଦାରା ଖଞ୍ଜା ଯାଇଥିବା ଦୁଇଟି ଟ୍ରାପ କ୍ୟାମେରାରେ ଏମାନଙ୍କ ଫଟୋ କଏଦ ହୋଇଥିଲା। ବନବିଭାଗର ରୁଟିନ ଚେକ୍‌ ସମୟରେ ଘଟଣା ଜଣାପଡ଼ିବା ପରେ ସେମାନଙ୍କ ସନ୍ଧାନରେ ଥିଲା। ରବିବାର ରାତିରେ କୁଲଡ଼ିହା ବନବିଭାଗ ଉଭୟ ଶିକାରୀଙ୍କୁ ତାଙ୍କ ଘରୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ଗୋଟିଏ ଦେଶୀ ବନ୍ଧୁକ, ଫାଶ, ଧନୁତୀର ଜବତ କରାଯାଇଛି। ଅଧିକ ତଦନ୍ତ ଚାଲିଥିବା ବିଭାଗୀୟ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ…

ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….

ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର…

କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା:ଅନୁମତି ପତ୍ର ଦେଇ ଫେରାଇନେଲା ପୋଲିସ ପ୍ରଶାସନ

କଟକ ସଦର,୧୫।୬(ସୁଶାନ୍ତ କୁମାର ଜେନା) ୪୨ ମୌଜା ଅନ୍ତର୍ଗତ କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା ଉପରେ ୟୁନିୟନ ଫର କଟକ ସଦର ଡେଭଲପମେଣ୍ଟର ସଭାପତି ଘଟଣାର…

୨୦ ଜୁନରେ ଓଡ଼ିଶା ଗସ୍ତରେ ଆସିବେ ମୋଦି: ଜାଣନ୍ତୁ କାର୍ଯ୍ୟସୂଚୀ..

ଭୁବନେଶ୍ୱର, ୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୨୦ ଜୁନ ଓଡ଼ିଶା ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏକ ଦିନିକିଆ ଗସ୍ତରେ ସେ ଓଡ଼ିଶା ଆସି…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ବହୁ ଖୋଜାଖୋଜିି ପରେ ବି ମିଳିଲେନି: ଏବେ ଜଙ୍ଗଲରେ…

ଭଞ୍ଜନଗର, ୧୫।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ତାରସିଂ ଥାନା ପୋଲିସ ସୋମବାର ବ୍ରାହ୍ମଣପଦର ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri