ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ ଚାଳିତ ଚାଟବଟ୍ “ଆମର ସହାୟକ” ର ଆନୁଷ୍ଠାନିକ ଭାବେ ଲୋକାର୍ପିତ ହୋଇଯାଇଛି । ଭବାନୀପାଟଣା ସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ ଯୋଗ ଦେଇ ଏହାର ଶୁଭାରମ୍ଭ କରିଛନ୍ତି। ସମ୍ମାନିତ ଅତିଥି ଭାବେ ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢୀ, ଭାରତୀୟ ପ୍ରଶାସନିକ ସେବା ପ୍ରଶିକ୍ଷଣାର୍ଥୀ ଅନିମେଷ ପ୍ରଧାନ, ଭବାନୀପାଟଣା ଉପଜିଲାପାଳ ପ୍ରଭାତ କୁମାର ପରିଡାଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ ଯୋଗଦେଇଥିଲେ । କାର୍ଯ୍ୟକ୍ରମକୁ କଳାହାଣ୍ଡି ଡିଏମ୍ଏଫ୍ ଟିମ୍ ଲିଡ୍ ପ୍ରଶାନ୍ତ ମିଶ୍ର ପରିଚାଳନା କରିଥିଲେ ।

ଏହି ଅବସରରେ ଜିଲାପାଳ ନିଜ ଅଭିଭାଷଣରେ କହିଥିଲେ ଯେ, “ଆମର ସହାୟକ” ପ୍ରଶାସନ ଏବଂ ଜନସାଧାରଣଙ୍କ ମଧ୍ୟରେ ଥିବା ଦୂରତାକୁ ହ୍ରାସ କରିବା ପାଇଁ ପ୍ରସ୍ତୁତ କରାଯାଇଛି । ଜନସାଧାରଣଙ୍କୁ ଅଧିକ ଦକ୍ଷତାର ସହ ସାହାଯ୍ୟ କରିବା ପାଇଁ ସମସ୍ତ ବିଭାଗୀୟ ସେବାକୁ ଏହି ପ୍ଲାଟଫର୍ମ ସହ ଯୋଡ଼ିବାକୁ ସେ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ଅନ୍ୟପକ୍ଷରେ,”ଆମର ସହାୟକ” ହେଉଛି ଏକ ଅତ୍ୟାଧୁନିକ ଜେନେରେଟିଭ୍ ଏଆଇ ଏବଂ ରିଟ୍ରିଭାଲ୍-ଅଗମେଣ୍ଟେଡ୍ ଜେନେରେସନ୍ (ଆର ଏ ଜି) ଭିତ୍ତିକ ସହାୟକ। ହ୍ୱାଟସ୍‌ଆପ୍ ମାଧ୍ୟମରେ ଉପଲବ୍ଧ ଏହି ଚାଟବଟ୍ ନାଗରିକମାନଙ୍କୁ ଓଡ଼ିଆ ଏବଂ ଇଂରାଜୀ ଉଭୟ ଭାଷାରେ ସହଜ ସେବା ପ୍ରଦାନ କରିବାକୁ ଡିଜାଇନ୍ କରାଯାଇଛି ।

ସେହିପରି ନାଗରିକମାନେ ବର୍ତ୍ତମାନ ସେମାନଙ୍କ ମୋବାଇଲ୍ ଫୋନ୍ ମାଧ୍ୟମରେ ସିଧାସଳଖ ଅଭିଯୋଗ ପଞ୍ଜିକୃତ କରିପାରିବେ ଏବଂ ଏହାର ସ୍ଥିତି ମଧ୍ୟ ଯାଞ୍ଚ କରିପାରିବ। “ଆମର ସହାୟକ” ପ୍ଲାଟଫର୍ମ ମାଧ୍ୟମରେ ସରକାରୀ ସେବାକୁ ଅଧିକ ସ୍ୱଚ୍ଛ, ସହଜ ଏବଂ ଉତ୍ତରଦାୟୀ କରିବା ଜିଲା ପ୍ରଶାସନର ମୁଖ୍ୟ ଲକ୍ଷ୍ୟ ରହିଛି । ଏହି ଚାଟବଟ୍ ତିଆରି କରିବାରେ ସ୍ଥାନୀୟ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟର କିଛି ଛାତ୍ରୀଛାତ୍ର ସହଯୋଗ କରିଥିବାରୁ ସେମାନଙ୍କୁ ଅତିଥିଙ୍କ ଦ୍ୱାରା ମାନପତ୍ର ଦିଆଯାଇ ସମ୍ମାନିତ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri