ନିଯୁକ୍ତି ସୃଷ୍ଟିରେ ଏଆଇ ବାଧକ

ଭୁବନେଶ୍ୱର, ୨୩।୭(ଅନୁରାଧା ମହାରଣା): କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ) ଏକ ବଡ଼ଧରଣର ରୋଜଗାର ସଙ୍କଟ ସୃଷ୍ଟି କରିବ ବୋଲି ସାରା ବିଶ୍ୱରେ ବିଭିନ୍ନ ସମୟରେ ଆଲୋଚନା ହେଉଛି। ସୋମବାର ସଂସଦରେ ଉପସ୍ଥାପିତ ହୋଇଥିବା ଅର୍ଥନୈତିକ ସର୍ଭେରେ ମଧ୍ୟ ଏଆଇର ପ୍ରଭାବକୁ ନେଇ ଚିନ୍ତା ପ୍ରକଟ କରାଯାଇଛି। ଅର୍ଥ ମନ୍ତ୍ରଣାଳୟର ଅର୍ଥନୈତିକ ବ୍ୟାପାର ବିଭାଗ ଦ୍ୱାରା ପ୍ରସ୍ତୁତ ଅର୍ଥନୈତିକ ସର୍ଭେ ସଂସଦରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଏହି ସର୍ଭେରେ ସ୍ପଷ୍ଟ ଭାବେ କୁହାଯାଇଛି ଯେ ଆଗାମୀ ବର୍ଷ ଏବଂ ଦଶନ୍ଧି ମଧ୍ୟରେ ଭାରତର ଉଚ୍ଚ ଅଭିବୃଦ୍ଧି ହାରରେ ଏଆଇ ସବୁଠାରୁ ବଡ ପ୍ରତିବନ୍ଧକ ହୋଇପାରେ। ସର୍ଭେରେ ଏହା ପରାମର୍ଶ ଦିଆଯାଇଛି ଯେ ଏହାର ମୁକାବିଲା ପାଇଁ ଭାରତ ସରକାର, ରାଜ୍ୟ ସରକାର ଏବଂ ବେସରକାରୀ କ୍ଷେତ୍ର ସହଭାଗିତାରେ କାର୍ଯ୍ୟ କରିବାକୁ ପଡ଼ିବ। ଆସନ୍ତା ଦଶନ୍ଧିରେ ଭାରତର ସେବା ରପ୍ତାନି ଧୀରେ ଧୀରେ ବିଲୁପ୍ତ ହୋଇପାରେ ବୋଲି ଆଶଙ୍କା କରାଯାଇଛି। ଏଭଳି ସ୍ଥିତିରେ କର୍ପୋରେଟ କ୍ଷେତ୍ରରେ ଏଆଇ କିପରି ଶ୍ରମକୁ ପ୍ରୋତ୍ସାହିତ କରିପାରିବ ସେଥିପ୍ରତି ଗୁରୁତ୍ୱାରୋପ କରାଯାଇଛି। ସର୍ଭେ ଅନୁସାରେ ଗତ ଦୁଇ ବର୍ଷ ମଧ୍ୟରେ ଆଇଟି କ୍ଷେତ୍ରରେ ନିଯୁକ୍ତିରେ ହ୍ରାସ ଘଟିଛି। ସର୍ଭେରେ ଏହା ଲେଖାଯାଇଛି ଯେ, ରୋଜଗାର କେବଳ ଆୟ ସୃଷ୍ଟି କରିବା ସହିତ ନୁହେଁ ବରଂ ପରିବାର ଏବଂ ସମ୍ପ୍ରଦାୟ ମଧ୍ୟରେ ସମ୍ମାନ, ଆତ୍ମବିଶ୍ୱାସ ସହିତ ମଧ୍ୟ ସମ୍ବନ୍ଧିତ। ସୂଚନା ଥାଉ କି, ଏକ ଏଆଇ ସକ୍ଷମ ଇକୋସିଷ୍ଟମକୁ ସୁନିଶ୍ଚିତ କରିବା ଏବଂ ଦେଶର ଯୁବପିଢ଼ିଙ୍କ ସହିତ ଏଆଇକୁ ସଂଯୋଗ କରିବା ପାଇଁ ସରକାର ଅନେକ ପଦକ୍ଷେପ ଆରମ୍ଭ କରିଛନ୍ତି। ଏଥିମଧ୍ୟରୁ ମଧ୍ୟରେ ଫ୍ୟୁଚର ସ୍କିଲ୍ସ ପ୍ରାଇମ, ୟୁବାଇ ୟୁଥ ଫର ଉନ୍ନତି ଆଦି ରହିଛି। ୨୦୨୪ ମସିହାରେ ଭାରତ ଏଆଇ ମିଶନ ପାଇଁ ୧୦,୩୦୦ କୋଟି ଟଙ୍କା ବଜେଟ ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?