ଏଇ ଭାରତରେ

ଛୋଟ ଛୋଟ କଥାକୁ ନେଇ ବେଳେବେଳେ ଘରୋଇ କଳି ଏଭଳି ସ୍ତରକୁ ଚାଲିଆସେ ଯେ ସମ୍ପର୍କ ଭାଙ୍ଗିବା ଯାଏ କଥା ପହଞ୍ଚିଯାଏ। କ୍ରୋଧ ଉପରେ ନିୟନ୍ତ୍ରଣ ନ ରହିଲେ ପରିସ୍ଥିତି ଏଭଳି ଅଣାୟତ୍ତ ହୋଇଯାଏ। ଠିକ୍‌ ଏମିତି ଏକ ଘଟଣା ଘଟିଛି ଉତ୍ତରପ୍ରଦେଶର ଆଗ୍ରାରେ। ସୋରିଷ ତେଲକୁ ନେଇ ଏହି ଅଞ୍ଚଳରେ ଏକ ଦମ୍ପତି ଝଗଡା କରି ପରସ୍ପରଠାରୁ ଅଲଗା ହୋଇ ଯାଇଛନ୍ତି। ଏମିତି କି ଛାଡପତ୍ର ଦେବା ଯାଏ ବି କଥା ପହଞ୍ଚିଛି। ଏବେ ସେମାନେ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ୨୦୨୦ ମସିହାରେ ଏହି ଦମ୍ପତି ପରସ୍ପରକୁ ବିବାହ କରିଥିଲେ। ତେବେ ବିବାହର ଦୁଇ ତିନି ବର୍ଷ ପରେ ଘରଖର୍ଚ୍ଚକୁ ନେଇ ଉଭୟଙ୍କ ମଧ୍ୟରେ ଛୋଟମୋଟ ଝଗଡା ଆରମ୍ଭ ହୋଇଥିଲା। ପରେ ଏହି ଝଗଡା ବଢି ଚାଲିଲା। ଏବେ କିଛିଦିନ ତଳେ ସୋରିଷ ତେଲକୁ ନେଇ ଉଭୟଙ୍କ ମଧ୍ୟରେ ବିବାଦ ହୋଇଥିଲା। ସ୍ବାମୀ ଜଣକ ଅଭିଯୋଗ କରିଥିଲେ ଯେ ତାଙ୍କ ସ୍ତ୍ରୀ ଘରେ ଥିବା ସୋରିଷ ତେଲକୁ ବାପଘରକୁ ନେଇ ବିକ୍ରି କରି ଦେଉଛନ୍ତି। ଏହି କଥାକୁ ନେଇ ପରସ୍ପର ମଧ୍ୟରେ ବିବାଦ ଏତେ ବଢିଯାଇଥିଲା ଯେ ସେମାନେ ପରସ୍ପରଠାରୁ ଅଲଗା ହୋଇ ଯାଇଥିଲେ। ପତ୍ନୀ ଶାଶୁଘର ଛାଡି ବାପଘରକୁ ଚାଲି ଯାଇଥିଲେ ଓ ଥାନାରେ ଅଭିଯୋଗ କରିଥିଲେ। ଏହାପରେ ଉଭୟ ପରସ୍ପରଠାରୁ ଛାଡପତ୍ର ନେବାକୁ ବି କହିଥିଲେ। ତେବେ ପୋଲିସ ଏହି ଘଟଣାକୁ ଏବେ ପରିବାର ଅଦାଲତକୁ ପଠାଇବା ପରେ ସେଠାରେ ଉଭୟଙ୍କର କାଉନସେଲିଂ କରାଯାଇ ଏକାଠି ରହିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri