ଏଇ ଭାରତରେ

୧୪ ବର୍ଷ ବୟସରେ ବାହା ହୋଇଥିଲେ ତାଙ୍କଠାରୁ ତିନିଗୁଣ ଅଧିକ ବୟସର ବ୍ୟକ୍ତିଙ୍କୁ। ସେ ମା’ ହେଲେ ୧୫ ବର୍ଷରେ। ବାଲ୍ୟ ବିବାହର ଯନ୍ତ୍ରଣାକୁ ଅତି ନିକଟରୁ ଦେଖିଥିବା ଏହି ମହିଳା ଜଣକ ହେଉଛନ୍ତି ବିହାରର ରୋଶନି ପରଓ୍ବିନ। ସେ ଏବେ ଏହି ପ୍ରଥାକୁ ଦୂର କରିବା ଲାଗି ଅଭିଯାନ ଚଳାଇଛନ୍ତି। ରୋଶନି କିଶାନଗଞ୍ଜ ସିମନବାରିର ଏକ ଛୋଟ ଗାଁରେ ରୁହନ୍ତି। ସେ ନବମରେ ପଢୁଥିବା ସମୟରେ ପରିବାର ଲୋକେ ବାଧ୍ୟ କରି ତାଙ୍କୁ ୪୫ ବର୍ଷ ବୟସର ବ୍ୟକ୍ତିଙ୍କ ସହ ବାହାଘର କରାଇଦେଇଥିଲେ। ପରେ ପାରିବାରିକ ବିବାଦରୁ ତାଙ୍କ ସ୍ବାମୀ ତାଙ୍କୁ ଆଉ ଗ୍ରହଣ କରି ନ ଥିଲେ । ଫଳରେ ସେ ସେଠାରୁ ଦୂରେଇ ଆସି ବାଲ୍ୟ ବିବାହ ବିରୋଧରେ ଅଭିଯାନ ଚଳାଇବାକୁ ନିଷ୍ପତ୍ତି ନେଇଥିଲେ। ରୋଶନି ପ୍ରଥମେ ଚାଇଲ୍ଡଲାଇନ ଇଣ୍ଡିଆ ଫାଉଣ୍ଡେଶନରେ ଯୋଗଦେଇଥିଲେ । ପରେ ସେଭ୍‌ ଦି ଚାଇଲ୍ଡ ଓ ୟୁନିସେଫ ସହଯୋଗରେ ଏହି ସଂସ୍ଥାର ନେତୃତ୍ୱ ନେଇ ସେ ବାଲ୍ୟ ବିବାହ ରୋକିବା ଲାଗି ବିଭିନ୍ନ ଅଭିିଯାନ ଚଳାଇଛନ୍ତି। ବର୍ତ୍ତମାନ ସୁଦ୍ଧା ରୋଶନି ୬୦ଟି ବାଲ୍ୟବିବାହ ବନ୍ଦ କରିବାରେ ସକ୍ଷମ ହୋଇପାରିଛନ୍ତି। ଏଥିପାଇଁ ସେ ମଧ୍ୟ ଜାତିସଂଘ ଦ୍ୱାରା ପୁରସ୍କୃତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri