ଏଇ ଭାରତରେ

କେବଳ ଶିକ୍ଷାଦାନରେ ସୀମିତ ନ ରହି ସ୍କୁଲର କଳେବର ବଦଳାଇବାରେ ପ୍ରମୁଖ ଭୂମିକା ନେଇଛନ୍ତି ମଧ୍ୟପ୍ରଦେଶର ଜଣେ ଶିକ୍ଷକ। ରାଜଗଡ଼ର ମୋହନପୁର କଲୋନୀରେ ଥିବା ଇଣ୍ଟିଗ୍ରେଟେଡ ମିଡିଲ ସ୍କୁଲର ଶିକ୍ଷକ ଗୋପାଳ ବାଲଓ୍ବାଲାଙ୍କ ଉଦ୍ୟମରେ ଏହା ସମ୍ଭବ ହୋଇପାରିଛି। ଗୋପାଳ ତାଙ୍କ ସଞ୍ଚିତ ଟଙ୍କାରୁ ଖର୍ଚ୍ଚକରି ସ୍କୁଲରେ ରଙ୍ଗ ଦେଇଛନ୍ତି, ଏହାସହ ଜଳ ଯୋଗାଣ ବ୍ୟବସ୍ଥା କରିଛନ୍ତି। ଏହା ବ୍ୟତୀତ ସ୍କୁଲରେ ଏକ ଲାଇବ୍ରେରି ଓ ବଗିଚା କରିପାରିଛନ୍ତି। ଏହି ଲାଇବ୍ରେରିରେ ୨୦୦୦ରୁ ଅଧିକ ବହି ରହିଛି। ଏସବୁ କାର୍ଯ୍ୟ ପାଇଁ ସେ ମୋଟ ୩ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। ମୋହନପୁର ଡ୍ୟାମ୍‌ ନିର୍ମାଣ ସମୟରେ ବିସ୍ଥାପିତଙ୍କ ପାଇଁ ମୋହପୁର କଲୋନୀ କରାଯାଇ ସେଠାରେ ଏହି ସ୍କୁଲ ଖୋଲାଯାଇଥିଲା। ହେଲେ ସ୍କୁଲର ରକ୍ଷଣାବେକ୍ଷଣ ପ୍ରତି କାହାରି ଦୃଷ୍ଟି ନଥିଲା। ସେ ସମୟରେ ସେହି ସ୍କୁଲରେ ମାତ୍ର ୨୩ ଜଣ ପିଲା ପଢୁଥିଲେ। ୨୦୧୮ରେ ଗୋପାଳ ଭାଲଓ୍ବାଲ ସ୍କୁଲରେ ଶିକ୍ଷକ ଭାବେ ଯୋଗ ଦେବା ପରେ ତାହାର ଅବସ୍ଥାରେ ପରିବର୍ତ୍ତନ ହେବା ଆରମ୍ଭ କରିଥିଲା। ସ୍କୁଲକୁ ଆକର୍ଷଣୀୟ କରାଯିବା ପରେ ଏବେ ସେଠାରେ ୧୦୦ରୁ ଅଧିକ ପିଲା ପଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri