ଏଇ ଭାରତରେ

କେବଳ ଶିକ୍ଷାଦାନରେ ସୀମିତ ନ ରହି ସ୍କୁଲର କଳେବର ବଦଳାଇବାରେ ପ୍ରମୁଖ ଭୂମିକା ନେଇଛନ୍ତି ମଧ୍ୟପ୍ରଦେଶର ଜଣେ ଶିକ୍ଷକ। ରାଜଗଡ଼ର ମୋହନପୁର କଲୋନିରେ ଥିବା ଇଣ୍ଟିଗ୍ରେଟେଡ୍‌ ମିଡିଲ ସ୍କୁଲର ଶିକ୍ଷକ ଗୋପାଳ ବାଲଓ୍ବାଲାଙ୍କ ଉଦ୍ୟମରେ ଏହା ସମ୍ଭବ ହୋଇପାରିଛି। ଗୋପାଳ ତାଙ୍କ ସଞ୍ଚିତ ଟଙ୍କାରୁ ଖର୍ଚ୍ଚକରି ସ୍କୁଲରେ ରଙ୍ଗ ଦେଇଛନ୍ତି, ଏହାସହ ଜଳ ଯୋଗାଣ ବ୍ୟବସ୍ଥା କରିଛନ୍ତି। ଏହା ବ୍ୟତୀତ ସ୍କୁଲରେ ଏକ ଲାଇବ୍ରେରି ଓ ବଗିଚା କରିପାରିଛନ୍ତି। ଏହି ଲାଇବ୍ରେରିରେ ୨୦୦୦ରୁ ଅଧିକ ବହି ରହିଛି। ଏସବୁ କାର୍ଯ୍ୟ ପାଇଁ ସେ ମୋଟ ୩ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। ମୋହନପୁର ଡ୍ୟାମ୍‌ ନିର୍ମାଣ ସମୟରେ ବିସ୍ଥାପିତଙ୍କ ପାଇଁ ମୋହନପୁର କଲୋନି କରାଯାଇ ସେଠାରେ ଏହି ସ୍କୁଲ ଖୋଲାଯାଇଥିଲା। ହେଲେ ସ୍କୁଲର ରକ୍ଷଣାବେକ୍ଷଣ ପ୍ରତି କାହାରି ଦୃଷ୍ଟି ନ ଥିଲା। ସେ ସମୟରେ ସେହି ସ୍କୁଲରେ ମାତ୍ର ୨୩ ଜଣ ପିଲା ପଢୁଥିଲେ। ୨୦୧୮ରେ ଗୋପାଳ ଭାଲଓ୍ବାଲ ସ୍କୁଲରେ ଶିକ୍ଷକ ଭାବେ ଯୋଗଦେବା ପରେ ସ୍କୁଲ ଅବସ୍ଥାରେ ପରିବର୍ତ୍ତନ ହେବା ଆରମ୍ଭ କରିଥିଲା। ସ୍କୁଲକୁ ଆକର୍ଷଣୀୟ କରାଯିବା ପରେ ଏବେ ସେଠାରେ ୧୦୦ରୁ ଅଧିକ ପିଲା ପଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri