ମାଟ୍ରିକ ପରୀକ୍ଷାରେ ଏଆଇ ସର୍ଭିଲାନ୍ସ

କଟକ,୧୬ା୨ (କାର୍ତ୍ତିକ ସାହୁ):ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସର୍ଭିଲାନ୍ସର ଉପଯୋଗ କରାଯାଉଛି। ଏଭଳି ବ୍ୟବସ୍ଥା ଦେଶରେ ପ୍ରଥମଥର ପାଇଁ ହେଉଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ଥିବା ପ୍ରାୟ ୧୫୦ଟି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା କେନ୍ଦ୍ରକୁ ଏଆଇ ସର୍ଭିଲାନ୍ସ ଜରିଆରେ ନିୟନ୍ତ୍ରଣ କରାଯିବ। ଏଥିସହ ପ୍ରଶ୍ନପତ୍ର ଗଚ୍ଛିତ କରାଯାଉଥିବା ନୋଡାଲ କେନ୍ଦ୍ରରେ ୬୦୦ ଲାଇଭ୍‌ ସିସି କ୍ୟାମେରା ଲାଗିବ। ଏସବୁର ସିଧାସଳଖ ନିୟନ୍ତ୍ରଣ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ମୁଖ୍ୟାଳୟରେ ଏକ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟ କରିବ ବୋଲି ଉପସଭାପତି ଡ. ନୀହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।
ସୂଚନା ଅନୁସାରେ, ଚଳିତବର୍ଷ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ବୋର୍ଡ ପକ୍ଷରୁ ଅତ୍ୟାଧୁନିକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥର ୫ ଲକ୍ଷ ୫୧ ହଜାର ୬୧୧ ଜଣ ମାଟ୍ରିକ, ୭୮୩୧ ଜଣ ମୁକ୍ତ ବିଦ୍ୟାଳୟ ଓ ୩୦୩୭ ଜଣ ମଧ୍ୟମା ପରୀକ୍ଷାର୍ଥୀ ଫର୍ମ ପୂରଣ କରିଛନ୍ତି। ଏତେସଂଖ୍ୟକ ପରୀକ୍ଷାର୍ଥୀଙ୍କ ନିମନ୍ତେ ରାଜ୍ୟରେ ମୋଟ୍‌ ୩୦୪୭ ପରୀକ୍ଷା କେନ୍ଦ୍ର ଓ ପ୍ରଶ୍ନପତ୍ର ଗଚ୍ଛିତ ପାଇଁ ୩୧୩ ନୋଡାଲ କେନ୍ଦ୍ର କରାଯାଇଛି। ସମ୍ବେଦନଶୀଳ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ କେନ୍ଦ୍ର କରାଯାଇଛି। ପରୀକ୍ଷାରେ ଅସାଧୁ ଉପାୟ ଅବଲମ୍ବନ ରୋକିବା ପାଇଁ ବୋର୍ଡ ପକ୍ଷରୁ ୪୧ଟି ସ୍କ୍ବାଡ୍‌, ଜିଲା ଶିକ୍ଷାଧିକାରୀଙ୍କ ପକ୍ଷରୁ ୭୨ଟି ସ୍କ୍ବାଡ୍‌ କରାଯାଇଛି। ଏହାବାଦ୍‌ ଜିଲା ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ନୋଡାଲ ଅଧିକାରୀମାନେ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ପରିଚାଳନା ବ୍ୟବସ୍ଥା ତଦାରଖ କରିବେ। ପରୀକ୍ଷା କେନ୍ଦ୍ର ମଧ୍ୟକୁ ମୋବାଇଲ୍‌ ପ୍ରବେଶ ଉପରେ ରୋକ୍‌ ଲଗାଯାଇଥିବାବେଳେ ପରିଚାଳନା ବ୍ୟବସ୍ଥାକୁ ପୂର୍ବାପେକ୍ଷା ଅଧିକ କଡ଼ାକଡ଼ି କରାଯାଇଛି। ଏଆଇ ସର୍ଭିଲାନ୍ସ ବ୍ୟବସ୍ଥା ଦ୍ୱାରା ପରୀକ୍ଷା କେନ୍ଦ୍ରର ପରିଚାଳନା ବ୍ୟବସ୍ଥା ସହ ବୋର୍ଡର ମୁଖ୍ୟାଳୟ ସିଧା ସଂଯୋଗରେ ରହିବ। ଲାଇଭ କ୍ୟାମେରା ଲେନ୍ସରେ ନୋଡାଲ କେନ୍ଦ୍ରଗୁଡ଼ିକ ରହିବ। ଏହି ଦୁଇ ବ୍ୟବସ୍ଥାର ସଂଯୋଗୀକରଣ କାର୍ଯ୍ୟ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। କଣ୍ଟ୍ରୋଲ ରୁମ୍‌ରେ କାର୍ଯ୍ୟ କରିବା ପାଇଁ ୨୦ ଜଣ ଟେକ୍ନିକାଲ କର୍ମଚାରୀଙ୍କୁ ଗୁରୁବାର ତାଲିମ ପ୍ରଦାନ କରାଯାଇଛି। ଏଆଇ ବ୍ୟବସ୍ଥାର କାର୍ଯ୍ୟକାରିତା ଆସନ୍ତା ୧୭ ତାରିଖରେ ବୋର୍ଡ ମୁଖ୍ୟାଳୟରେ ପରୀକ୍ଷାମୂଳକ ଭାବେ କରାଯିବ। ଏଭଳି ଅତ୍ୟାଧୁନିକ ବ୍ୟବସ୍ଥା ଦ୍ୱାରା ମାଟ୍ରିକ ପରୀକ୍ଷାକୁ ଅଧିକ ସ୍ବଚ୍ଛ, ଶୃଙ୍ଖଳିତ କରାଯିବାକୁ ଉଦ୍ୟମ ହୋଇଥିବା ବୋର୍ଡ ଉପସଭାପତି ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?