ଏଣିକି ଡ୍ରାଇଭିଂ ଟେଷ୍ଟବେଳେ ଜଗିବ ଏଆଇ

ଭୁବନେଶ୍ୱର,୭।୩(ସୁନିତ୍‌ ମିଶ୍ର): ଡ୍ରାଇଭିଂ ଟେଷ୍ଟ କରାଯିବା ସମୟରେ ଏହାକୁ ଆଉ କୌଣସି ବ୍ୟକ୍ତିଙ୍କୁ ଜଗିବାକୁ ପଡ଼ିବ ନାହିଁ। ଅଟୋମେଟେଡ୍‌ ପ୍ରକ୍ରିୟାରେ କମ୍ପ୍ୟୁଟର ଏଣିକି ଡ୍ରାଇଭିଂ ଟେଷ୍ଟର ପରୀକ୍ଷା କରିବ। ରାଜ୍ୟର ଡ୍ରାଇଭିଂ ଲାଇସେନ୍ସ ପ୍ରଦାନରେ ପକ୍ଷପାତ ହେଉଥିବା ଅଭିଯୋଗ ଉଠିବା ପରେ ଏବେ ଏଭଳି ପଦ୍ଧତି ପରିବହନ ବିଭାଗ ଆପଣାଇଛି। ବୁଧବାର ଗଞ୍ଜାମ, ଚଣ୍ଡିଖୋଲ, ରାଉରକେଲା, ଅନୁଗୋଳ, ସୁନ୍ଦରଗଡ଼ ଓ କେନ୍ଦୁଝର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ବୟଂଚାଳିତ ଗାଡ଼ିଚାଳନା ପରୀକ୍ଷା ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି। ପରିବହନ କମିଶନର ଅମିତାଭ ଠାକୁର କହିଛନ୍ତି, ଖୁବ୍‌ଶୀଘ୍ର ୩୮ଟି ଯାକ ଆର୍‌ଟିଓରେ ଏହି ବ୍ୟବସ୍ଥା କରାଯିବ। ମାନବ ହସ୍ତକ୍ଷେପଜନିତ ଦୁର୍ନୀତି ରୋକିବାକୁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ)ର ବ୍ୟବହାର ହେବ ବୋଲି ସେ କହିଛନ୍ତି। ବାଣିଜ୍ୟ ଏବଂ ପରିବହନ ବିଭାଗ ଓ ଏନ୍‌ସିସି ନିର୍ଦ୍ଦେଶାଳୟ ମଧ୍ୟରେ ଜୁନିୟର ରକ୍ଷକ ପାଇଁ ବୁଧବାର ପୂର୍ବାହ୍ନରେ ଲୋକସେବା ଭବନ କନ୍‌ଭେନସନ୍‌ ହଲ୍‌ରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି।

ଅତିରିକ୍ତ କମିଶନର ଟ୍ରାନ୍ସପୋର୍ଟ (ସଡ଼କ ସୁରକ୍ଷା) ଲାଲ୍‌ମୋହନ ସେଠୀ ଏବଂ ଏନ୍‌ସିସି ନିର୍ଦ୍ଦେଶକ, ଓଡ଼ିଶା ସରକାର କେ. ମହାନ୍ତି ଏହି ବୁଝାମଣାପତ୍ରରେ ସ୍ବାକ୍ଷର କରିଛନ୍ତି। ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ପ୍ରାୟ ୬୩ ହଜାର କ୍ୟାଡେଟ୍‌ ସଡ଼କ ସୁରକ୍ଷା ଦିଗରେ ଜୁନିୟର ରକ୍ଷକ ଭାବେ କାର୍ଯ୍ୟ କରିବେ। ଏହି ଏନ୍‌ସିସି କ୍ୟାଡେଟ୍‌-କମ୍‌ ଜୁନିୟର ରକ୍ଷକ ଆମର ଭବିଷ୍ୟତର ସଡକ ସୁରକ୍ଷା ରାଷ୍ଟ୍ରଦୂତ ହେବେ, ଯେଉଁମାନେ ସେମାନଙ୍କ ବନ୍ଧୁ, ପରିବାର ଏବଂ ଜନସାଧାରଣଙ୍କ ମଧ୍ୟରେ ସଡକ ସୁରକ୍ଷା ସଚେତନତାର ଜାଗରୁକତା ବିସ୍ତାର କରିବାରେ ପ୍ରମୁଖ ଭୂମିକା ନେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ କହିଛନ୍ତି। ମୁଖ୍ୟ ଅତିଥି ତଥା ବିଭାଗୀୟ ମନ୍ତ୍ରୀ ଟୁକୁନୀ ସାହୁ ରାଜ୍ୟର ୬ଟି ସ୍ଥାନ ଯଥା ଅନୁଗୋଳ, ଢେଙ୍କାନାଳ, ରାଉରକେଲା, ସୁନ୍ଦରଗଡ଼, କେନ୍ଦୁଝର ଓ ଗଞ୍ଜାମରେ ସ୍ବୟଂଚାଳିତ ଡ୍ରାଇଭିଂ ଟେଷ୍ଟିଂ ସିଷ୍ଟମ ଲୋକାର୍ପଣ କରିଛନ୍ତି। ଟ୍ରାଫିକ୍‌ ନିୟମ ଏବଂ ସଡ଼କ ଚିହ୍ନ ବିଷୟରେ ପର୍ଯ୍ୟାପ୍ତ ଜ୍ଞାନର ଅଭାବ ହେତୁ ଅଧିକାଂଶ ଦୁର୍ଘଟଣା ଘଟୁଛି ା ତେଣୁ ଏହି ସ୍ବୟଂଚାଳିତ ଡ୍ରାଇଭିଂ ଟେଷ୍ଟିଂ ସିଷ୍ଟମ କାର୍ଯ୍ୟକାରୀ ହେବାକୁ ଯାଉଛି। ସ୍ବୟଂଚାଳିତ ଡ୍ରାଇଭିଂ ଟେଷ୍ଟିଂ ସିଷ୍ଟମ୍‌ ବଳରେ ଯୋଗ୍ୟ ବ୍ୟକ୍ତିମାନେ ଡ୍ରାଇଭିଂ ଲାଇସେନ୍ସ ପାଇ ଦୁର୍ଘଟଣା ହ୍ରାସ କରିବାରେ ସାହାଯ୍ୟ କରିବେ। ଏହା ଡ୍ରାଇଭିଂ ଲାଇସେନ୍ସ ଆବେଦନକାରୀଙ୍କ ପାଇଁ ପରୀକ୍ଷା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବ ଓ ମାନୁଆଲ ପରୀକ୍ଷା ପ୍ରକ୍ରିୟା ତୁଳନାରେ ଅଧିକ ଦକ୍ଷ ଏବଂ ସ୍ବଚ୍ଛ ହେବ। ମନ୍ତ୍ରୀ ସାହୁ ଏହି ଅବସରରେ ସାରା ରାଜ୍ୟର ୨୩ ସ୍ଥାନରେ ଟ୍ରକ୍‌ ଟର୍ମିନାଲ୍‌ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ରାସ୍ତାକଡ଼ରେ ବେଆଇନ ପାର୍କିଂ ହେଉଛି ସଡ଼କ ଦୁର୍ଘଟଣାର ଏକ ପ୍ରମୁଖ କାରଣ। ବିଗତ ୨ରୁ ୩ ବର୍ଷ ମଧ୍ୟରେ ରାସ୍ତା ପାର୍ଶ୍ୱରେ ପାର୍କିଂ ଯାନ ସହ ଜଡ଼ିତ ଦୁର୍ଘଟଣା ୨୨୦% ବଢ଼ିଛି ଓ ୮୫୨ ଜଣଙ୍କର ମୃତ୍ୟୁ ଘଟିଛି ା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କହିଛନ୍ତି, ଆମର ସଡ଼କ ଦୁର୍ଘଟଣା ମୃତ୍ୟୁକୁ ମଧ୍ୟ ଆମେ ହ୍ରାସ କରିପାରିବା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri