Posted inଜାତୀୟ

ଏଆଇଡିଏମ୍‌କେ-ଭାଜପା ମଧ୍ୟରେ ସମ୍ପର୍କ ଘନିଷ୍ଠ, ଉପରକୁ ଝଗଡା: ଏମ.କେ ଷ୍ଟାଲିନ

ଚେନ୍ନାଇ,୨୫।୯: ଡିଏମକେ ସଭାପତି ତଥା ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ରାଜ୍ୟରେ ଏଆଇଡିଏମ୍‌କେ ଏବଂ ଭାଜପା ମଧ୍ୟରେ ଚାଲିଥିବା ବିବାଦ ଉପରେ ମନ୍ତବ୍ୟ ଦେଇଛନ୍ତି। ନିକଟରେ ଏଆଇଏଡିଏମକେ ଭାଜପା ସହ ମେଣ୍ଟ ଭାଙ୍ଗିଥିବା ପ୍ରଶ୍ନର ଉତ୍ତରରେ ସିଏମ ଷ୍ଟାଲିନ କହିଛନ୍ତି, ଏହା ଏକ ନାଟକ। ସେମାନେ ପରସ୍ପର ସହ ଲଢିବାକୁ ଚେଷ୍ଟା କରୁଛନ୍ତି, କିନ୍ତୁ ବାସ୍ତବରେ ସେମାନଙ୍କର ଭଲ ସମ୍ପର୍କ ରହିଛି।
ଷ୍ଟାଲିନ କହିଛନ୍ତି, ସେମାନେ (ଭାଜପା ଏବଂ ଏଆଇଏଡିଏମକେ) ଲଢେଇ କରିବାର ଛଳନା କରୁଛନ୍ତି। ଆଭ୍ୟନ୍ତରୀଣ ଭାବରେ ସେମାନଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଅଛି। ଏହି ଅଭିନୟ କାହିଁକି? ଏଆଇଏଡିଏମକେକୁ ସମର୍ଥନ କରି ଭାଜପା ସେମାନଙ୍କ ଦୁର୍ନୀତିର ବୋଝ ନେବାକୁ ପଡିବ। ଭାଜପାକୁ ସମର୍ଥନ କରି ଏଆଇଏଡିଏମକେ ତାର ସାମ୍ପ୍ରଦାୟିକତାକୁ ସାହାଯ୍ୟ କରିବାକୁ ପଡିବ। ତାମିଲନାଡୁରେ ଦୁଇ ଦଳ ମଧ୍ୟରେ ତୀବ୍ର ଯୁକ୍ତିତର୍କ ଚାଲିଥିବା ବେଳେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ ଏଆଇଏଡିଏମକେ ମୁଖ୍ୟ କେ ପଲାନିସୱାମୀଙ୍କ ସାକ୍ଷାତ ପଛରେ କାରଣ କ’ଣ ଥିଲା ବୋଲି ଷ୍ଟାଲିନ ପ୍ରଶ୍ନ କରିଛନ୍ତି।
ସୂଚନାଯୋଗ୍ୟ, ଭାଜପା ରାଜ୍ୟ ମୁଖ୍ୟ ଅନ୍ନାମଲାଇ ଦ୍ରାବିଡ଼ ନେତା ସ୍ବର୍ଗତ ସି.ଏନ ଅନ୍ନଦୁରାଇଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଅନ୍ନାମଲାଇଙ୍କ ସମାଲୋଚିତ ମନ୍ତବ୍ୟ ଉପରେ ମତଭେଦ ପରେ ଏଆଇଡିଏମ୍‌କେ ଭାଜପା ସହ ମେଣ୍ଟ ଭାଙ୍ଗିବାକୁ ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri