Posted inଜାତୀୟ

ଅମରିନ୍ଦରଙ୍କୁ ଜବାବ ମାଗିଲା ଏଆଇସିସି

ନୂଆଦିଲ୍ଲୀ, ୨୩ା୬: ପଞ୍ଜାବ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁ ଓ ଅନ୍ୟ କେତେଜଣ ବିଧାୟକ ତଥା ମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗ ଉଠାଇ ଅମରିନ୍ଦ୍ର ସିଂ ସରକାରଙ୍କୁ ଘେରିବାରେ ଲାଗିଛନ୍ତି। କଂଗ୍ରେସର ଅର୍ନ୍ତକଳହ ଓ ଅସନ୍ତୋଷ ବଢ଼ିବାରେ ଲଗିଥିବାବେଳେ ସାମଧାନ ପାଇଁ ଅଲ୍‌ ଇଣ୍ଡିଆ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏଆଇସିସିର ୩ ସଦସ୍ୟ ବିଶିଷ୍ଟ ଏକ ପ୍ୟାନେଲ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ସହ ବୈଠକ କରି ତାଙ୍କୁ ଜବାବ ମାଗିଛି। ରାଜ୍ୟ ସଭାରେ ବିରୋଧୀ ଦଳ ନେତା ମଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ଏହି କମିଟି କନ୍ଦଳ ଦୂର କରି ଅସନ୍ତୁଷ୍ଟଙ୍କୁ ବୁଝାଇବା ସହ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଏକଜୁଟ ହୋଇ କାମ କରିବାକୁ ପରାମର୍ଶ ଦେଇଛି। ପ୍ୟାନେଲରେ ଏଆଇସିସିର ସାଧାରଣ ସମ୍ପାଦକ ଦାୟିତ୍ୱରେ ଥିବା ହରିଶ ରାଓ୍ବତ ଏବଂ ପୂର୍ବତନ ଏମ୍‌ପି ଜେ. ପି. ଅଗ୍ରଓ୍ବାଲ ସଦସ୍ୟ ରହିଛନ୍ତି।
ଅମରିନ୍ଦରଙ୍କ ନେତୃତ୍ୱକୁ କଂଗ୍ରେସର ଅନେକ ନେତା ବିରୋଧ କରୁଛନ୍ତି। ନିକଟରେ ଅମରିନ୍ଦର ଦୁଇ ବିଧାୟକଙ୍କ ପୁଅଙ୍କୁ ଦୟା ମନୋଭାବ ରଖି ସରକାରୀ ଚାକିରି ଦେବାକୁ ନିଷ୍ପତ୍ତି ନେଇଥିବା ବିରୋଧୀ ଗୋଷ୍ଠୀ ଅଭିଯୋଗ ଆଣି ମୁଖ୍ୟମନ୍ତ୍ରୀଙ୍କୁ ଘେରିଥିଲେ। ପଞ୍ଜାବରେ ଦୁଇ ପରିବାର ବେଶ୍‌ ଲାଭବାନ ହେଉଛନ୍ତି ବୋଲି ସିଦ୍ଧୁ ମତ ରଖିବା ପରେ କଂଗ୍ରେସରେ ହଟଚମଟ ସୃଷ୍ଟି ହୋଇଛି। ତେବେ ସର୍ବସାଧାରଣରେ ସିଦ୍ଧୁଙ୍କ ଏଭଳି ମନ୍ତବ୍ୟକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅସନ୍ତୋଷ ବ୍ୟକ୍ତ କରିଥିବା ଜଣାପଡ଼ିଛି। କିଛି ସପ୍ତାହ ପୂର୍ବରୁ ଅମରିନ୍ଦର ଏବଂ ସିଦ୍ଧୁଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri