ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତଙ୍କ ପରିବାର ପାଇଁ ସହାୟତା ରାଶି ବଢ଼ିଲା

ଭୁବନେଶ୍ୱର,୩ା୫(ବ୍ୟୁରୋ): ମନୁଷ୍ୟ ଓ ବନ୍ୟପ୍ରାଣୀଙ୍କ ମଧ୍ୟରେ ସଂଘର୍ଷ ଘଟି ରାଜ୍ୟରେ ପ୍ରତିବର୍ଷ ବହୁ ଲୋକ ମୃତାହତ ହେଉଛନ୍ତି। ଏଥିସହିତ ହାତୀମାନେ ଘରଦ୍ବାରା ଭାଙ୍ଗିବା ସହ ଫସଲ ନଷ୍ଟ କରୁଛନ୍ତି। ଏହି କ୍ଷତିଗ୍ରସ୍ତ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ରାଶି ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ସୂଚନାଯୋଗ୍ୟ, ବନ୍ୟପ୍ରାଣୀ ଆକ୍ରମଣରେ ମୃତ୍ୟୁ ଘଟିଲେ ଅନୁକମ୍ପାମୂଳକ ରାଶିର ପରିମାଣ ୪ ଲକ୍ଷ ଟଙ୍କାରୁ ୬ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଗୁରୁତରଙ୍କ ପାଇଁ ମଧ୍ୟ ସହାୟତା ରାଶି ବୃଦ୍ଧି କରାଯାଇଛି। ୬୦ ପ୍ରତିଶତରୁ କମ୍‌ କ୍ଷତି ହୋଇଥିଲେ ସହାୟତା ରାଶି ପରିମାଣ ୧ ଲକ୍ଷ ଟଙ୍କାରୁ ୧.୫୦ ଲକ୍ଷ ଟଙ୍କା ଏବଂ ୬୦ ପ୍ରତିଶତରୁ ଅଧିକ ହୋଇଥିଲେ ସହାୟତା ପରିମାଣ ୨.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ସାମାନ୍ୟ ଆହତଙ୍କ କ୍ଷେତ୍ରରେ ପୂର୍ବରୁ ସହାୟତା ପରିମାଣ ୫ ହଜାର ଟଙ୍କା ଥିଲା। ବର୍ତ୍ତମାନ ଏକ ସପ୍ତାହରୁ ଅଧିକ ସମୟ ଧରି ଚିକିତ୍ସାର ଆବଶ୍ୟକତା ପଡ଼ିଲେ ସରକାରୀ ହସ୍ପିଟାଲରେ ମାଗଣା ଚିକିତ୍ସା ସହିତ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯିବ। ଚିକିତ୍ସାର ସମୟ ଏକ ସପ୍ତାହରୁ କମ୍‌ ହେଲେ, ସରକାରୀ ହସ୍ପିଟାଲରେ ମାଗଣା ଚିକିତ୍ସା ସହିତ ୫ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯିବାକୁ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri