ଗାଜାରେ ପହଞ୍ଚିଲା ସହାୟତା

ଗାଜା ସିଟି/ଜେରୁଜେଲମ୍‌,୨୨ା୧୦: ଇସ୍ରାଏଲ ଓ ହମାସ୍‌ ଯୁଦ୍ଧକୁ ଶନିବାର ୧୫ ଦିନ ପୂରିଥିବାବେଳେ ଗାଜାରେ ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗୁଥିବା ଲୋକଙ୍କ ସହାୟତା ପାଇଁ ଅତ୍ୟାବଶ୍ୟକ ସାମଗ୍ରୀ ନେଇ ଗୋଟିଏ ପରେ ଗୋଟିଏ ଟ୍ରକ୍‌ ପହଞ୍ଚିବାରେ ଲାଗିଛି। ତେବେ ଇସ୍ରାଏଲ ପକ୍ଷରୁ ରକେଟ୍‌ ଓ ମିଶାଇଲ ମାଡ଼ ଜାରି ରହିଛି।

୭ରେ ଗାଜାର ଶାସକ ହମାସ୍‌ ଆତଙ୍କବାଦୀମାନେ ଇସ୍ରାଏଲ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ଇସ୍ରାଏଲ ଏହାର ଜବାବୀ କାର୍ଯ୍ୟାନୁଷ୍ଠାନରେ ଗାଜାକୁ ଟାର୍ଗେଟ କରିବା ସହ ସେଠାକୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ବନ୍ଦ କରିଦେଇଥିଲା। ଏହି କଟକଣାକୁ ଶନିବାର ୧୨ ଦିନ ପୂରିଥିବାବେଳେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଅନୁରୋଧ ଓ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ସହମତିକ୍ରମେ ଇଜିପ୍ଟ ସୀମାନ୍ତ ରାଫାହ ପଏଣ୍ଟ ଦେଇ ଗାଜା ଷ୍ଟ୍ରିପ୍‌କୁ ସହାୟତା ପାଇଁ ଅତ୍ୟାବଶ୍ୟକ ସାମଗ୍ରୀ ନେଇ ଟ୍ରକ୍‌ଗୁଡ଼ିକ ପ୍ରବେଶ କରିଛି। ଧଳା ରଙ୍ଗର ପତାକା ଲାଗିଥିବା ଏହି ଟ୍ରକ୍‌ଗୁଡ଼ିକ ରାଫାହ ଓ ଖାନ୍‌ ୟୁନିସ୍‌ ସହରରେ ବାସଚ୍ୟୁତ ହୋଇଯାଇଥିବା ଲୋକଙ୍କ ଲାଗି ଖାଦ୍ୟ, ଜଳ ଓ ଔଷଧ ଦେଇଛି। ତେବେ ମାନବୀୟ ସହାୟତାରେ ଇନ୍ଧନ ଯୋଗାଣକୁ ସାମିଲ କରାଯାଇ ନ ଥିବାରୁ ପାଲେଷ୍ଟିନୀୟ ଅଧିକାରୀମାନେ ନିରାଶ ହୋଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଅନ୍ୟପକ୍ଷେ ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ କହିଛନ୍ତି, ଗାଜାରେ ପହଞ୍ଚୁଥିବା ସହାୟତା ହମାସ୍‌ ହାତରେ ପଡ଼ିଲେ ଆତଙ୍କବାଦୀମାନେ ଖାଇଯିବେ। ତେଣୁ ରାଫାହ କ୍ରସିଂ କର୍ତ୍ତୃପକ୍ଷ ଏହାର ସୁବିନିଯୋଗ କରନ୍ତୁ। ହମାସ୍‌ର ହସ୍ତକ୍ଷେପ ଗ୍ରହଣୀୟ ନୁହେଁ। ଜାତିସଂଘର ଅଧିକାରୀମାନେ କହିଛନ୍ତି, ଗାଜାବାସୀଙ୍କ ପାଇଁ ଦିନକୁ ଅନୂ୍ୟନ ୧୦୦ ଟ୍ରକ୍‌ରେ ସହାୟତା ପହଞ୍ଚିବା ଆବଶ୍ୟକ। ଏହି ସଂଘର୍ଷ ଆରମ୍ଭ ହେବା ପୂର୍ବରୁ ଗାଜାକୁ ଦୈନିକ ପ୍ରାୟ ୪୫୦ ଟ୍ରକ୍‌ ଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri