ଗାଜାରେ ପହଞ୍ଚିଲା ସହାୟତା

ଗାଜା ସିଟି/ଜେରୁଜେଲମ୍‌,୨୨ା୧୦: ଇସ୍ରାଏଲ ଓ ହମାସ୍‌ ଯୁଦ୍ଧକୁ ଶନିବାର ୧୫ ଦିନ ପୂରିଥିବାବେଳେ ଗାଜାରେ ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗୁଥିବା ଲୋକଙ୍କ ସହାୟତା ପାଇଁ ଅତ୍ୟାବଶ୍ୟକ ସାମଗ୍ରୀ ନେଇ ଗୋଟିଏ ପରେ ଗୋଟିଏ ଟ୍ରକ୍‌ ପହଞ୍ଚିବାରେ ଲାଗିଛି। ତେବେ ଇସ୍ରାଏଲ ପକ୍ଷରୁ ରକେଟ୍‌ ଓ ମିଶାଇଲ ମାଡ଼ ଜାରି ରହିଛି।

୭ରେ ଗାଜାର ଶାସକ ହମାସ୍‌ ଆତଙ୍କବାଦୀମାନେ ଇସ୍ରାଏଲ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ଇସ୍ରାଏଲ ଏହାର ଜବାବୀ କାର୍ଯ୍ୟାନୁଷ୍ଠାନରେ ଗାଜାକୁ ଟାର୍ଗେଟ କରିବା ସହ ସେଠାକୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ବନ୍ଦ କରିଦେଇଥିଲା। ଏହି କଟକଣାକୁ ଶନିବାର ୧୨ ଦିନ ପୂରିଥିବାବେଳେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଅନୁରୋଧ ଓ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ସହମତିକ୍ରମେ ଇଜିପ୍ଟ ସୀମାନ୍ତ ରାଫାହ ପଏଣ୍ଟ ଦେଇ ଗାଜା ଷ୍ଟ୍ରିପ୍‌କୁ ସହାୟତା ପାଇଁ ଅତ୍ୟାବଶ୍ୟକ ସାମଗ୍ରୀ ନେଇ ଟ୍ରକ୍‌ଗୁଡ଼ିକ ପ୍ରବେଶ କରିଛି। ଧଳା ରଙ୍ଗର ପତାକା ଲାଗିଥିବା ଏହି ଟ୍ରକ୍‌ଗୁଡ଼ିକ ରାଫାହ ଓ ଖାନ୍‌ ୟୁନିସ୍‌ ସହରରେ ବାସଚ୍ୟୁତ ହୋଇଯାଇଥିବା ଲୋକଙ୍କ ଲାଗି ଖାଦ୍ୟ, ଜଳ ଓ ଔଷଧ ଦେଇଛି। ତେବେ ମାନବୀୟ ସହାୟତାରେ ଇନ୍ଧନ ଯୋଗାଣକୁ ସାମିଲ କରାଯାଇ ନ ଥିବାରୁ ପାଲେଷ୍ଟିନୀୟ ଅଧିକାରୀମାନେ ନିରାଶ ହୋଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଅନ୍ୟପକ୍ଷେ ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ କହିଛନ୍ତି, ଗାଜାରେ ପହଞ୍ଚୁଥିବା ସହାୟତା ହମାସ୍‌ ହାତରେ ପଡ଼ିଲେ ଆତଙ୍କବାଦୀମାନେ ଖାଇଯିବେ। ତେଣୁ ରାଫାହ କ୍ରସିଂ କର୍ତ୍ତୃପକ୍ଷ ଏହାର ସୁବିନିଯୋଗ କରନ୍ତୁ। ହମାସ୍‌ର ହସ୍ତକ୍ଷେପ ଗ୍ରହଣୀୟ ନୁହେଁ। ଜାତିସଂଘର ଅଧିକାରୀମାନେ କହିଛନ୍ତି, ଗାଜାବାସୀଙ୍କ ପାଇଁ ଦିନକୁ ଅନୂ୍ୟନ ୧୦୦ ଟ୍ରକ୍‌ରେ ସହାୟତା ପହଞ୍ଚିବା ଆବଶ୍ୟକ। ଏହି ସଂଘର୍ଷ ଆରମ୍ଭ ହେବା ପୂର୍ବରୁ ଗାଜାକୁ ଦୈନିକ ପ୍ରାୟ ୪୫୦ ଟ୍ରକ୍‌ ଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri