୨୬/୧୧ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ ସଇଦଙ୍କ ସହଯୋଗୀଙ୍କୁ ଗୁଳି କରି ହତ୍ୟା

କରାଚି,୧।୧୦: ମୁମ୍ବାଇ ୨୬/୧୧ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ ସଇଦଙ୍କ ଜଣେ ଘନିଷ୍ଠ ସହଯୋଗୀଙ୍କୁ କରାଚିରେ ଗୁଳି କରି ହତ୍ୟା କରାଯାଇଥିବା ସୂଚନା ମିଳିଛି। ଦୁର୍ବୃତ୍ତମାନେ କ୍ୱେସେର ଫାରୁକଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ଫାରୁକ ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଏବା(ଏଲ୍‌ଇଟି) ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ଥିଲେ।

ଶନିବାର ସାମନାବାଦର ଏକ ଧାର୍ମିକ ଅନୁଷ୍ଠାନ ନିକଟରେ ଫାରୁକଙ୍କୁ ଟାର୍ଗେଟ କରି ଆକ୍ରମଣ କରାଯାଇଥିବା କୁହାଯାଉଛି। ଏହାପରେ ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ଘଟିଥିଲା।
ତେବେ ଫାରୁକଙ୍କ ହତ୍ୟାକୁ ଦର୍ଶାଉଥିବା ଏକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଘୁରି ବୁଲୁଥିବା ବେଳେ ଭିଡିଓର ସତ୍ୟତା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
Share