Posted inଖେଳ

ବିଶ୍ୱକପ୍‌ରେ ସବୁଠାରୁ ଦ୍ରୁତ ଶତକ ମାରି ଇତିହାସ ରଚିଲେ ଏହି କ୍ରିକେଟର, ଭାଙ୍ଗିଲେ ୧୨ ବର୍ଷ ପୁରୁଣା ରେକର୍ଡ

ନୂଆଦିଲ୍ଲୀ,୭।୧୦: ବିଶ୍ୱକପ୍‌ କ୍ରିକେଟ ୨୦୨୩ରେ ଶ୍ରୀଲଙ୍କା ବିପକ୍ଷରେ ନୂଆଦିଲ୍ଲୀରେ ଖେଳାଯାଇଥିବା ମୁକାବିଲାରେ ବିସ୍ଫୋରକ ବ୍ୟାଟିଂ କରି ଇତିହାସ ରଚିଛନ୍ତି ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ୍‌ ଆଡେନ୍‌ ମାର୍କ୍ରାମ। ସେ ମାତ୍ର ୪୯ ବଲ୍‌ରେ ଶତକ ମାରି ବିଶ୍ୱକପ୍‌ ଇତିହାସରେ ସବୁଠାରୁ ଦ୍ରୁତ ଶତକ ମାରିଥିବା ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ଏପରି କରି ସେ ଆୟରର୍ଲାଣ୍ଡର କେଭିନ୍‌ ଜୋସେଫ ଓ’ ବ୍ରାଇନଙ୍କ ୧୨ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ୨୦୧୧ରେ କେଭିନ୍‌ ଇଂଲଣ୍ଡ ବିପକ୍ଷରେ ବିଶ୍ୱକପ୍‌ ମ୍ୟାଚ୍‌ରେ ୫୦ ବଲ୍‌ରେ ବସ୍ଫୋରକ ଶତକ ମାରିଥିଲେ। ଏବେ ଗୋଟିଏ ବଲ୍‌ ଅନ୍ତରରେ କେଭିନ୍‌ ଉକ୍ତ ରେକର୍ଡକୁ କାଟିଛନ୍ତି। ମାର୍କ୍ରାମ ୫୪ ବଲ୍‌ରେ ମୋଟ ୧୦୬ ରନ୍‌ କରିଥିଲେ। ଏଥିରେ ୧୪ ଚୌକା ଏବଂ ୩ ଛକା ଥିଲା। ସେହିଭଳି ବିଶ୍ୱକପ୍‌ ଇତିହାସରେ ଗୋଟିଏ ଇନିଂସରେ ୩ ବ୍ୟାଟ୍ସମ୍ୟାନ୍‌ ଶତକ ମାରିବାରେ ସଫଳ ହୋଇଛି। କ୍ୱିଣ୍ଟନ ଡି କକ୍‌(୮୪ ବଲ୍‌ରେ ୧୦୦ ରନ୍‌) ଏବଂ ରସି ଭାନ୍‌ ଡେର୍‌ ଡୁସେନ୍‌(୧୦୦ ବଲ୍‌ରେ ୧୦୮ ରନ୍‌) ଏବଂ ମାର୍କ୍ରାମଙ୍କ(୧୦୬)ରନ୍‌ ବଳରେ ଦକ୍ଷିଣ ଆଫ୍ରିକା ଗୋଟିଏ ଇନିଂସରେ ସବୁଠାରୁ ଅଧିକ ରନ୍‌ କରିଥିବା ଟିମ୍‌ ଭାବେ ନୂଆ ରେକର୍ଡ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?