Posted inଖେଳ

ସେପ୍ଟେମ୍ବର ୨ରେ ଏଆଇଏଫ୍‌ଏଫ୍‌ ନିର୍ବାଚନ

ନୂଆଦିଲ୍ଲୀ,୨୪।୮(ପି.ଟି): କମିଟି ଅଫ୍‌ ଆଡମିନିଷ୍ଟ୍ରେଟର୍ସ(ସିଓଏ)କୁ ରଦ୍ଦ କରାଯିବା ପରେ ଭାରତୀୟ ଫୁଟବଲ ସଂଘ (ଏଆଇଏଫ୍‌ଏଫ୍‌) ପକ୍ଷରୁ ଏହାର ସଂଶୋଧିତ ନିର୍ବାଚନ ତାରିଖ ଘୋଷଣା କରାଯାଇଛି। ସୋମବାର ସୁପ୍ରିମକୋର୍ଟଙ୍କ ଦୁଇ ଜଣିଆ ଖଣ୍ଡପୀଠ ଉମେଶ ସିହ୍ନା ଓ ତାପସ ଭଟ୍ଟାଚାର୍ଯ୍ୟଙ୍କୁ ରିଟର୍ନିଂ ଅଫିସର ନିଯୁକ୍ତ କରିଥିବା ବେଳେ ଆସନ୍ତା ଗୁରୁବାରଠାରୁ ନାମାଙ୍କନ ଆରମ୍ଭ ହେବ। ଗୁରୁବାରରୁ ଶନିବାର ଯାଏ ନାମାଙ୍କନ ଦାଖଲର ସମୟ ରହିଛି। ରବିବାର ପ୍ରାର୍ଥତ୍ପତ୍ରଗୁଡିକର ବୈଧତା ଯାଞ୍ଚ ହେବ। ଏହା ପରେ ବୈଧ ଥିବା ନାମାଙ୍କନ ପ୍ରତ୍ୟାହାର ପାଇଁ ଅଗଷ୍ଟ ୨୯ ତାରିଖକୁ ଧାର୍ଯ୍ୟ କରାଯାଇଛି। ଅଗଷ୍ଟ ୩୦ ତାରିଖରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ଏଆଇଏଫ୍‌ଏଫ୍‌ ଓ୍ବେବ୍‌ସାଇଟରେ ଉଲ୍ଲେଖ କରାଯିବ। ସେପ୍ଟେମ୍ବର ୨ ତାରିଖରେ ଭୋଟ ଗ୍ରହଣ ହେବା ସହିତ ସମାନ ଦିନରେ କିମ୍ବା ୩ ତାରିଖରେ ଫଳାଫଳ ପ୍ରକାଶ ପାଇବ। ଏହା ସହିତ ଏଆଇଏଫ୍‌ଏଫ୍‌ ଉପରୁ ବାସନ୍ଦାଦେଶ ହଟାଇବା ପାଇଁ ଫିଫା ନିକଟରେ ଆବେଦନ କରାଯାଇଛି। ସିଓଏ ଏବଂ ସୁପ୍ରିମକୋର୍ଟଙ୍କୁ ତୃତୀୟ ପକ୍ଷ ଭାବରେ ବିବେଚନା କରି ଏଆଇଏଫଏଫ୍‌କୁ ବ୍ୟାନ କରିଥିଲା ଫିଫା। ଏହାପରେ ସିଓଏ ହାତରୁ ଦୈନନ୍ଦିନ ପରିଚାଳନା ଭାର ଛଡାଇ ନିଆଯାଇ ଏଆଇଏଫଏଫ୍‌ କାର୍ଯ୍ୟକାରୀ ସମ୍ପାଦକ ସୁନନ୍ଦୋ ଧରଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri