ଏମ୍ସ ଭୁବନେଶ୍ୱରରେ ଯୌନ ଉତ୍ପୀଡ଼ନ ଅଭିଯୋଗ: ନର୍ସିଂ ଅଫିସରଙ୍କ ବିରୋଧରେ ମହିଳା କର୍ମଚାରୀଙ୍କ ଅଭିଯୋଗ

ନୂଆଦିଲ୍ଲୀ,୨୮।୭: ଓଡ଼ିଶାରେ ମହିଳାଙ୍କ ବିରୋଧରେ ବଢିଚାଲିଥିବା ହିଂସା ଘଟଣା ମଧ୍ୟରେ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ (ଏମ୍ସ), ଭୁବନେଶ୍ୱରରେ ଜଣେ ମହିଳା କର୍ମଚାରୀ ନର୍ସିଂ ଅଫିସର ନାନୁ ରାମ ଚୌଧୁରୀଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗ ଆଣିଛନ୍ତି।

ଖଣ୍ଡଗିରି ଥାନାରେ ଦାଖଲ ହୋଇଥିବା ଲିଖିତ ଅଭିଯୋଗରେ ମହିଳା ହସ୍ପିଟାଲ ଆଟେଣ୍ଡାଣ୍ଟ ଅଭିଯୋଗ କରିଛନ୍ତି ଯେ, ନାନୁ ରାମ ତାଙ୍କୁ ଡାକ୍ତରଙ୍କ କକ୍ଷକୁ ଡାକି ଦୁଆର ଭିତରୁ ବନ୍ଦ କରି ଅସଭ୍ୟ ବ୍ୟବହାର କରିଥିଲେ ଏବଂ ଅନୁଚିତ ଶାରୀରିକ ସମ୍ପର୍କ କରିବାକୁ ଚେଷ୍ଟା କରିଥିଲେ। ଘଟଣାଟି ଗତକାଲି ରାତିରେ ଘଟିଥିବା ଜଣାପଡ଼ିଛି।

ମହିଳା କର୍ମଚାରୀ ତୁରନ୍ତ ହସ୍ପିଟାଲ କଣ୍ଟ୍ରୋଲ ରୁମକୁ ଘଟଣା ବିଷୟରେ ଜଣାଇଥିଲେ ଏବଂ ତାଙ୍କ ପରାମର୍ଶ ଅନୁଯାୟୀ ଖଣ୍ଡଗିରି ଥାନାରେ ଅଭିଯୋଗ ଦାଖଲ କରିଥିଲେ। ଏହି ଘଟଣାକୁ ନେଇ ଏମ୍ସ ପରିସରରେ ହସ୍ପିଟାଲ ଆଟେଣ୍ଡାଣ୍ଟମାନେ ପ୍ରତିବାଦ କରି ଅଭିଯୁକ୍ତଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଖବର ଲେଖାଯିବା ସମୟରେ ଖଣ୍ଡଗିରି ଥାନା ଇନ୍ସପେକ୍ଟର-ଇନ-ଚାର୍ଜ ହସ୍ପିଟାଲରେ ପହଞ୍ଚି ପ୍ରତିବାଦକାରୀଙ୍କୁ ଶାନ୍ତ କରୁଥିବା ଜଣାପଡ଼ିଛି।

ଏହି ଘଟଣା ଓଡ଼ିଶାରେ ମହିଳାଙ୍କ ବିରୁଦ୍ଧରେ ହେଉଥିବା ଅପରାଧର ଶୃଙ୍ଖଳା ମଧ୍ୟରେ ସାମ୍ନାକୁ ଆସିଛି। ଗୋପାଳପୁର ବେଳାଭୂମିରେ ମହିଳାଙ୍କ ଗଣବଳାତ୍କାର, ବାଲେଶ୍ୱରରେ ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟରେ ବି.ଏଡ୍‌ ଛାତ୍ରୀଙ୍କ ଆତ୍ମହତ୍ୟା ଓ ପୁରୀର ବାଲଙ୍ଗାରେ ନାବାଳିକାଙ୍କୁ ପୋଡ଼ି ହତ୍ୟା ଘଟଣା ପରେ ଏହି ଅଭିଯୋଗ ରାଜ୍ୟରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri