କେବେ ମିଳିବ କରୋନାରୁ ମୁକ୍ତି: ଜଣାଇଲେ ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୨ ।୧୦: କରୋନା ମହାମାରୀ ବେଳକୁ ବେଳ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ଏହା ଅଣାୟତ୍ତ ହେବାରେ ଲାଗିଛି । ଏବେ ସମସ୍ତଙ୍କ ନଜର ଏହାର ଭ୍ୟାକ୍ସିନ ବା ଟକା ଉପରେ । ଏହାକୁ ନେଇ ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍‌(ଏମ୍ସ)ର ନିର୍ଦ୍ଦେଶକ ଡା. ରଣଦୀପ ଗୁଲେରିଆ କହିଛନ୍ତି ଯଦି ସବୁକିଛି ଠିକ୍ ଚାଲିଲା ତେବେ ଆସନ୍ତା ବର୍ଷ ଜାନୁୟାରୀ ସୁଦ୍ଧା କରୋନା ଟିକା ମିଳିଯିବ । ଆଉ ଏହା ମିଳିବା ପରେ କରୋନା ସଂକ୍ରମଣକୁ ରୋକି ହେବ ବୋଲି ସେ କହିଛନ୍ତି । ତେବେ ସାରା ବିଶ୍ୱରୁ ଏହି ମହାମାରୀ ଯିବାକୁ ଅତିକମ୍‌ରେ ୧ରୁ ଦେଢବର୍ଷ ସମୟ ଲାଗିବ ବୋଲି ସେ ମତ ରଖିଛନ୍ତି । ଇଣ୍ଡିଆ ଟୁଡେ’ର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ଗୁଲେରିଆ ଏହା କହିଛନ୍ତି । ତେବେ କରୋନା ଟିକା ଆସିବା ପରେ ଏବେ ସର୍ବପ୍ରଥମେ ବୟସ୍କ ତଥା ଅନ୍ୟ ରୋଗରେ ପୀଡ଼ତ ଥିବା ଲୋକଙ୍କୁ ପ୍ରଥମେ ଦିଆଯିବ ବୋଲି ସେ କହିଛନ୍ତି । କାରଣ ଏମାନଙ୍କ ନିକଟରେ ରୋଗ ପ୍ରତିରୋଧକ ଶକ୍ତି କମ୍ ଥିବା ବେଳେ କେତେକ ଲୋକେ ଶୀଘ୍ର ସଂକ୍ରମଣର ଶିକାର ହୋଇଥାଆନ୍‌ି ତେଣୁ ଟିକା ଦେବା ବେଳେ ଏମାନଙ୍କୁ ପ୍ରାଥମିକତା ଦିଆଯିବ ବୋଲି ସେ କହିଛନ୍ତି । ଆହୁରି ମଧ୍ୟ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଗାଇଡ୍ ଲାଇନ୍ ଅନୁଯାୟୀ ପ୍ରଥମେ ଟିକା ଦେବା କ୍ଷେତ୍ରରେ ଗରିବ ଦେଶକୁ ପ୍ରାଧାନ୍ୟ ଦିଆଯିବ ବୋଲି ସେ ମତ ରଖିଛନ୍ତି । ଭ୍ୟାକ୍ସିନ ଦେବା ବେଳେ ସମ୍ପୂର୍ଣ୍ଣ ରୂପେ ସୁରକ୍ଷା ପ୍ରତି ଦୃଷ୍ଟି ଦିଆଯିବ ବୋଲି ଡା. ଗୁଲେରିଆ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିଙ୍କ ଭାଗ୍ୟ; ମୋଟା ଅଙ୍କର ହେବ ରୋଜଗାର, ବଢିବ ସମ୍ପତ୍ତି…

ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ମାନ-ସମ୍ମାନ, ନେତୃତ୍ୱ ଏବଂ ପିତାଙ୍କ କାରକ ବୋଲି ଧରାଯାଏ। ତେଣୁ ସୂର୍ଯ୍ୟଙ୍କର ପ୍ରତ୍ୟେକ କାର୍ଯ୍ୟକଳାପ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସେ ପ୍ରତିମାସରେ ପ୍ରାୟ…

ମୋରମ୍‌ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର

ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍‌ ଖାଦାନରେ ଶନିବାର ସକାଳେ ମୋରମ୍‌ ଖୋଳୁଥିବା ବେଳେ ପଥର…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri