Posted inରାଜ୍ୟ

ସମ୍ବଲପୁରରେ ଏମ୍ସ, ୫ ଲକ୍ଷ ଆବାସ

ଭୁବନେଶ୍ୱର,୨୩ା୬(ଅନିଲ ଦାସ)
ରାଜ୍ୟରେ ପ୍ରଥମ ଥର କ୍ଷମତାକୁ ଆସିଥିବା ଭାଜପା ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍‌ଏଓ୍ବାଇ)ରେ ଓଡ଼ିଶାର ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ପାଇଁ ଅତିକମ୍‌ରେ ୫ ଲକ୍ଷ ଘର ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରିଛନ୍ତି। ସେହିପରି ସମ୍ବଲପୁରରେ ରାଜ୍ୟର ଦ୍ୱିତୀୟ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ୍‌ (ଏମ୍ସ) ସ୍ଥାପନ ସହିତ ଚଳିତ ନିର୍ବାଚନରେ ଦଳର ଇସ୍ତାହାରରେ ଘୋଷଣା କରାଯାଇଥିବା ‘ସୁଭଦ୍ରା ଯୋଜନା’କୁ କାର୍ଯ୍ୟକାରୀ ପାଇଁ ଆଂଶିକ ସହାୟତା ଯୋଗାଇ ଦେବାକୁ ପ୍ରସ୍ତାବ ଦିଆଯାଇଛି।
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଶନିବାର ନୂଆଦିଲ୍ଲୀରେ ପ୍ରାକ୍‌ ବଜେଟ ପରାମର୍ଶ ବୈଠକ ଅନୁଷ୍ଠିତ ହୋଇଛି। ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀଙ୍କ ପରାମର୍ଶ ନେବାକୁ ଏହି ବୈଠକ ଡକାଯାଇଛି। ଏଥିରେ ଯୋଗ ଦେଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଆଗାମୀ କେନ୍ଦ୍ର ବଜେଟ ୨୦୨୪-୨୫ରେ ଓଡ଼ିଶାରେ ଅନ୍ତର୍ଜାତୀୟ ନିବେଶ, ସେମିକଣ୍ଡକ୍ଟର ଶିଳ୍ପକୁ ଆକର୍ଷିତ କରିବା ସହ ଓଡ଼ିଶାକୁ ଏକ ନିବେଶ କେନ୍ଦ୍ର ଭାବରେ ଉପଯୁକ୍ତ ପ୍ରୋତ୍ସାହନ ଯୋଗାଇ ଦେବାକୁ ପ୍ରସ୍ତାବ ଦେଇଛନ୍ତି। ଏଥିସହିତ ପାରାଦୀପ ବନ୍ଦରର ସମ୍ପ୍ରସାରଣ ନିମନ୍ତେ କେନ୍ଦ୍ର ସରକାରଙ୍କ ସହାୟତା ଲୋଡ଼ିଛନ୍ତି। ଭିତ୍ତିଭୂମି ବିକାଶକୁ ତ୍ୱରାନ୍ବିତ କରିବା ପାଇଁ ପୁଞ୍ଜି ନିବେଶ ନିମନ୍ତେ ୨୦୨୪-୨୫ ବଜେଟରେ ସ୍ବତନ୍ତ୍ର ସହାୟତା ଯୋଜନା ଅଧୀନରେ ଓଡ଼ିଶାକୁ ଅଧିକ ଅନୁଦାନ ଦେବାକୁ ରାଜ୍ୟ ସରକାର ଦାବି କରିଛନ୍ତି।
କେନ୍ଦ୍ର ବଜେଟରେ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌) ଅଧୀନରେ ବାର୍ଷିକ ଆବଣ୍ଟନର ଆଗୁଆ ସୂଚନା ଦେବାକୁ ଅନୁରୋଧ କରାଯାଇଛି। ଏହାଦ୍ୱାରା ରାଜ୍ୟମାନଙ୍କୁ ସେମାନଙ୍କ ବଜେଟକୁ ବାସ୍ତବ ଭିତ୍ତିରେ ପ୍ରସ୍ତୁତ ଏବଂ ପାଣ୍ଠିର ସମୟାନୁବର୍ତ୍ତୀ ଉପଯୋଗ କରିବାରେ ସହାୟକ ହେବ। ଏଥିସହିତ ଓଡ଼ିଶାରେ ଜାତୀୟ ରାଜପଥ, ବିଶେଷକରି ଉପକୂଳ ରାଜପଥ(କୋଷ୍ଟାଲ୍‌ ହାଇୱେ) ଏବଂ କ୍ୟାପିଟାଲ୍‌ ରିଜିଅନ୍‌ ରିଙ୍ଗ୍‌ ରୋଡ୍‌ (ସିଆର୍‌ଆର୍‌ଆର୍‌) ପ୍ରକଳ୍ପର ଶୀଘ୍ର ସମାପ୍ତି ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାକୁ ଦାବି କରାଯାଇଛି। ଓଡ଼ିଶାରେ ନୂତନ ସହରର ବିକାଶ ଏବଂ ଦ୍ରୁତ ସହରୀକରଣ ପାଇଁ କେନ୍ଦ୍ର ସରକାର ସହାୟତା ଯୋଗାଇବା ସହ ଓଡ଼ିଶାରେ ବିଦ୍ୟୁତ୍‌ କ୍ଷେତ୍ର ସମସ୍ୟାର ସମାଧାନ ନିମନ୍ତେ ସଂଶୋଧିତ ବିତରଣ ସେକ୍ଟର ସ୍କିମ୍‌(ଆର୍‌ଡିଏସ୍‌ଏସ୍‌) ଅଧୀନରେ ଓଡ଼ିଶା ବିଦ୍ୟୁତ୍‌ ବିତରଣ କମ୍ପାନୀ(ଡିସ୍‌କମ)ଗୁଡ଼ିକୁ ଅନ୍ତର୍ଭୁକ୍ତ କରିବା, ସବୁଜ ହାଇଡ୍ରୋଜେନ ଭଳି ନୂତନ ପ୍ରଯୁକ୍ତିବିଦ୍ୟା ପାଇଁ ଆର୍ଥିକ ସହାୟତା ଏବଂ ଓଡ଼ିଶାରେ ଗ୍ରୀନ୍‌ ଏନର୍ଜି କରିଡର ପ୍ରକଳ୍ପ ପାଇଁ କେନ୍ଦ୍ରୀୟ ଅର୍ଥ ପ୍ରଦାନ କରିବାକୁ ଓଡ଼ିଶା ଦାବି କରିଛି।
ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ ଦେବ ଉପମୁଖ୍ୟମନ୍ତ୍ରୀଙ୍କ ସହ ବୈଠକରେ ଯୋଗ ଦେଇ ଓଡ଼ିଶା ପକ୍ଷରୁ ରାଜ୍ୟର ଅର୍ଥନୀତି, ବିକାଶ ପ୍ରସଙ୍ଗକୁ ନେଇ ଏକ ଲିଖିତ ସ୍ମାରକପତ୍ର ମଧ୍ୟ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ନିକଟରେ ଦାଖଲ କରିଛନ୍ତି। ରାଜ୍ୟର ଉପସ୍ଥାପିତ ସମସ୍ତ ଦାବି ଏବଂ ପରାମର୍ଶଗୁଡ଼ିକ ଅନୁଧ୍ୟାନ କରି ଉପଯୁକ୍ତ ପଦକ୍ଷେପ ନେବାକୁ କେନ୍ଦ୍ର ଅର୍ଥମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri