ସୁଶାନ୍ତଙ୍କ ମୃତ୍ୟୁ ହତ୍ୟା ନୁହେଁ ଆତ୍ମହତ୍ୟା!

ମୁମ୍ବାଇ:୩ ।୧୦: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଦୀର୍ଘ ୩ ମାସ ବିତି ଯାଇଥିବା ବେଳେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରି ନାହିଁ । ଏହାର କାରଣ ଖୋଜିବାକୁ ଦେଶର ୩ ବଡ ଯାଞ୍ଚ ଏଜେନ୍ସି ଏଥିପାଇଁ କାମ କରୁଛନ୍ତି । ଏହି ମାମଲାକୁ ନେଇ ବିଭିନ୍ନ ପ୍ରଶ୍ନ ଉଠୁଥିବା ବେଳେ ଏବେ ଗୋଟିଏ ପ୍ରଶ୍ନର ଉତ୍ତର ସାମ୍ନାକୁ ଆସିଛି । ସୁଶାନ୍ତଙ୍କ ମୃତ୍ୟୁ ମାମଲାରେ ଏବେ ଫୋରେନସିକ୍ ରିପୋର୍ଟ ହତ୍ୟାକୁ ଖାରଜ କରିଛି । ବରଂ ରିପୋର୍ଟ ସୁଶାନ୍ତ ଆତ୍ମହତ୍ୟା କରିଥିବା ଦର୍ଶାଯାଇଛି । ରିପୋର୍ଟରେ କୁହାଯାଇଛି କି ଯେଉଁ ପରିସ୍ଥିତିରେ ସୁଶାନ୍ତଙ୍କ ମୃତ୍ୟୁ ହୋଇଛି ଏଥିରେ କୌଣସି ପ୍ରକାରର ଫାଉଲ ପ୍ଲେ ନାହିଁ । ତେଣୁ ଏହା ଏକ ଆତ୍ମହତ୍ୟା ମାମଲା । ଏମ୍ସ ମେଡିକାଲ ବୋର୍ଡ ସୋମବାର ସିବିଆଇ ସହ ନିଜର ଯାଞ୍ଚ ରିପୋର୍ଟ କୁପର ହସ୍ପିଟାଲ ଦ୍ୱାରା ବାହାର କରାଯାଇଥିବା ସବିଶେଷ ତଥ୍ୟ ସହ ଶେୟାର କରିଛି । ଏମ୍ସ ରିପୋର୍ଟ ମିଳିବା ପରେ ଏବେ ସିବିଆଇ ଏହି ମାମଲାକୁ ଆତ୍ମହତ୍ୟା ଦୃଷ୍ଟିକୋଣରୁ ଯାଞ୍ଚ କରିବ ବୋଲି କୁହାଯାଉଛି । ଏବେ ଏହି ପ୍ରଶ୍ନର ଉତ୍ତର ଖୋଜାଯିବ ଯେ ସୁଶାନ୍ତ କାହିଁକି ଆତ୍ମହତ୍ୟା କଲେ ଓ କିଏ ଏଥିପାଇଁ ତାଙ୍କୁ ଉସକାଇଥିଲା କି । ସୂଚନାଯୋଗ୍ୟ, ଜୁନ୍ ୧୪ରେ ସୁଶାନ୍ତଙ୍କ ମୃତ ଶରୀର ମୁମ୍ବାଇ ସ୍ଥିତ ତାଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ମିଳିଥିବା ବେଳେ ଏପର୍ଯ୍ୟନ୍ତ ଏହି ମାମଲାରେ ପାଖାପାଖି ୨୦ ଜଣଙ୍କୁ ପଚରା ଉଚରା କରାଗଲାଣି । ଏହାସହ ଏକ ଲ୍ୟାପଟପ୍‌, ହାର୍ଡ ଡିସ୍କ, କ୍ୟାମେରା, ୨ଟି ମୋବାଇଲ ଜବତ କରାଯାଇଥିବା ବେଳେ ଏବେ ଏହାର ଯାଞ୍ଚ ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri