Posted inଜାତୀୟ

ଏମ୍ସ ସର୍ଭର ହ୍ୟାକ କରିଥିଲା ଚାଇନା…

ନୂଆଦିଲ୍ଲୀ,୧୪।୧୨ : ଦିଲ୍ଲୀର ଏମ୍ଦ ହସ୍ପିଟାଲରେ ସାଇବର ଆକ୍ରମଣରେ ଏକ ଏଫଆଇଆର୍‌ ପଞ୍ଜିକୃତ ହୋଇଥିଲା। କୁହାଯାଉଥିଲା ଯେ ଏହି ସାଇବର ଆକ୍ରମଣ ଚାଇନା ଦ୍ୱାରା କରାଯାଇଛି। ହସ୍ପିଟାଲର ୧୦୦ ସର୍ଭର ମଧ୍ୟରୁ ୪୦କୁ ଫିଜିକାଲ ଭାବେ ହ୍ୟାକ କରାଯାଇଥିଲା। ଅନ୍ୟ ୬୦କୁ ଭର୍ଚୁଆଲ ଭାବେ ହ୍ୟାକ କରାଯାଇଥିଲା। ପାଞ୍ଚଟି ସର୍ଭରର ତଥ୍ୟକୁ ସଫଳତାର ସହ ହ୍ୟାକରମାନଙ୍କଠାରୁ ଉଦ୍ଧାର କରାଯାଇଛି। ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ବୁଧବାର ଏହି ସୂଚନା ଦେଇଛି।

ନଭେମ୍ବର ୨୫ ରେ, ଦିଲ୍ଲୀ ପୋଲିସର ଇଣ୍ଟେଲିଜେନ୍ସ ଫ୍ୟୁଜନ ଆଣ୍ଡ ଷ୍ଟ୍ରାଟେଜିକ ଅପରେଶନ୍ସ (ଆଇଏଫଏସଏ) ୟୁନିଟ ଦ୍ୱାରା ଚୋରା ଚାଲାଣ ଏବଂ ସାଇବର ଆତଙ୍କବାଦ ମାମଲା ପଞ୍ଜିକୃତ ହୋଇଥିଲା। ନ୍ୟାଶନାଲ ଇନଭେଷ୍ଟିଗେଶନ ଏଜେନ୍ସି (ଏନଆଇଏ) ବର୍ତ୍ତମାନ ଟାର୍ଗେଟ ରେନ୍ସମୱେୟାର ଆକ୍ରମଣର ଯାଞ୍ଚ କରୁଛି। ଏନଆଇଏ ସହିତ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଏବଂ ଦିଲ୍ଲୀ ସାଇବର କ୍ରାଇମ ସେଲ, ଇଣ୍ଡିଆନ ସାଇବର କ୍ରାଇମ ସମନ୍ବୟ, ଇଣ୍ଟେଲିଜେନ୍ସ ବ୍ୟୁରୋ, ସେଣ୍ଟ୍ରାଲ ଇନଭେଷ୍ଟିଗେଶନ ବ୍ୟୁରୋ (ସିବିଆଇ) ମଧ୍ୟ ସାଇବର ଆକ୍ରମଣର ଯାଞ୍ଚ କରୁଛନ୍ତି।

ଦିଲ୍ଲୀ ଏମ୍ସ ପ୍ରଥମେ ୨୩ ନଭେମ୍ବରରେ ଏହାର ସର୍ଭର ଖରାପ ଥିବା ରିପୋର୍ଟ କରିଥିଲା। ସର୍ଭର ରକ୍ଷଣାବେକ୍ଷଣ ପାଇଁ ପୋଷ୍ଟ କରାଯାଇଥିବା ଦୁଇ ବିଶ୍ଳେଷକ ମଧ୍ୟ ସାଇବର ସୁରକ୍ଷା ଉଲ୍ଲଂଘନ ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି। ଏଆଇଏମଏସ ଅଧିକାରୀମାନେ ଏକ ବିବୃତ୍ତିରେ କହିଛନ୍ତି ଯେ ଇ-ହସ୍ପିଟାଲର ତଥ୍ୟ ପୁନଃ ସ୍ଥାପିତ ହୋଇଛି। ସେବାଗୁଡିକ ପୁନଃ ସ୍ଥାପିତ ହେବା ପୂର୍ବରୁ ନେଟୱାର୍କ ସଫା କରାଯାଉଛି । ଡାକ୍ତରଖାନା ସେବା ପାଇଁ ତଥ୍ୟର ପରିମାଣ ଏବଂ ବହୁ ସଂଖ୍ୟକ ସର୍ଭର / କମ୍ପ୍ୟୁଟର ଯୋଗୁଁ ଏହି ପ୍ରକ୍ରିୟା କିଛି ସମୟ ନେଉଛି। ସାଇବର ସୁରକ୍ଷା ପାଇଁ ପଦକ୍ଷେପ ମଧ୍ୟ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri