ଆସନ୍ତା ବର୍ଷରୁ ପେପରଲେସ୍‌ ହେବ ଏମ୍ସ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ):ଆସନ୍ତା ବର୍ଷରୁ ଭୁବନେଶ୍ୱର ଏମ୍ସରେ ଇ-ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଅର୍ଥାତ୍‌ ଏହି ଜାତୀୟ ସ୍ବାସ୍ଥ୍ୟ ଅନୁଷ୍ଠାନ ସମ୍ପୂର୍ଣ୍ଣ ପେପରଲେସ୍‌ ହେବ। ଫଳରେ ଚିକିତ୍ସା ସମ୍ପର୍କିତ ସମସ୍ତ ପଞ୍ଜୀକରଣ ବ୍ୟବସ୍ଥାରେ ସୁଧାର ଆସିପାରିବ। ଏମ୍ସରେ ପ୍ରତିଦିନ ୧୦ ହଜାରରୁ ଅଧିକ ରୋଗୀଙ୍କ ଭିଡ଼ ଲାଗୁଥିବାରୁ ଖୁବ୍‌ଶୀଘ୍ର ଏହି ବ୍ୟବସ୍ଥା ଲାଗୁ କରିବାକୁ ଯୋଜନା କରାଯାଇଛି। ରବିବାର ଏମ୍ସ ପରିଦର୍ଶନ ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଡା. ଭାରତୀ ପ୍ରବୀଣ ପାଓ୍ବାର ଏହି ସୂଚନା ଦେଇଛନ୍ତି। ସେ ଏମ୍ସରେ ସ୍ବାସ୍ଥ୍ୟସେବା ସ୍ଥିତି ଅନୁଧ୍ୟାନ କରିବା ସହ ପରିସରରେ ଏକ ବହୁମୁଖୀ ଅଟ୍ଟାଳିକାକୁ ଲୋକାର୍ପଣ କରିଥିଲେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଲେ, ବିଶେଷକରି ଗୁରୁତର ରୋଗୀଙ୍କୁ ଏମ୍ସରେ ଚିକିତ୍ସା ପାଇଁ ଅଧିକ ଗୁରୁତ୍ୱ ଦିଆଯିବ। ବିଭିନ୍ନ ହସ୍ପିଟାଲରୁ ସାଧାରଣ ରୋଗୀଙ୍କୁ ଏମ୍ସ ରେଫର କରାଯାଉଥିବାରୁ ଗୁରୁତର ରୋଗୀଙ୍କ ଚିକିତ୍ସା ପ୍ରଭାବିତ ହେଉଛି। ତେଣୁ ସାଧାରଣ ରୋଗୀଙ୍କୁ ଏଠାକୁ ନ ପଠାଇବାକୁ ସବୁ ହସ୍ପିଟାଲ ସହ ଆଲୋଚନା କରାଯିବ। ଓଡ଼ିଶାବାସୀଙ୍କ ଚିକିତ୍ସା ସୁବିଧା ପାଇଁ କେନ୍ଦ୍ରୀୟ ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନିଅନ୍ତୁ। ଏହାଦ୍ୱାରା ଗରିବ ଲୋକେ ଚିକିତ୍ସା କ୍ଷେତ୍ରରେ ୫ ଲକ୍ଷ ଟଙ୍କା ବୀମାର ସୁବିଧା ପାଇପାରିବେ। କେନ୍ଦ୍ର ସରକାର ଏମ୍ସର ଉନ୍ନତୀକରଣ ନିମନ୍ତେ ପଦକ୍ଷେପ ନେଉଛନ୍ତି। ଖୁବ୍‌ଶୀଘ୍ର ଏଠାରେ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ଓ ସାଟେଲାଇଟ୍‌ ସେଣ୍ଟର ହେବାକୁ ଯାଉଛି। ରୋଗୀ ଓ ସମ୍ପର୍କୀୟଙ୍କ ରହଣି ନିମନ୍ତେ ବିଶ୍ରାମ କେନ୍ଦ୍ର ପ୍ରତିଷ୍ଠା କରାଯିବ। ତେବେ କେନ୍ଦ୍ର ସରକାର ସମସ୍ତ ରାଜ୍ୟରେ ଗୋଟିଏ ଲେଖାଏ ଏମ୍ସ ପ୍ରତିଷ୍ଠା କରିବାକୁ ଲକ୍ଷ୍ୟ ରଖିଛନ୍ତି। ଖୁବ୍‌ଶୀଘ୍ର ଦେଶରେ ୨୨ଟି ଏମ୍ସ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ ହେବାକୁ ଯାଉଥିବା ସେ କହିଛନ୍ତି। କେନ୍ଦ୍ରମନ୍ତ୍ରୀ ଏମ୍ସରେ ଚିକିତ୍ସା, ଗବେଷଣା, ନିଯୁକ୍ତି, ଆର୍ଥତ୍କ ଏବଂ ଅନ୍ୟାନ୍ୟ କାର୍ଯ୍ୟର ସମୀକ୍ଷା କରିଥିଲେ। ଏଠାରେ ବୃକ୍‌କ ପ୍ରତିରୋପଣ ଚିକିତ୍ସା ଆରମ୍ଭ କରାଯାଇଥିବାରୁ ସେ ପ୍ରଶଂସା କରିବା ସହିତ ଆଗକୁ ଅନ୍ୟାନ୍ୟ ଅଙ୍ଗ ପ୍ରତିରୋପଣ ଚିକିତ୍ସା ଆରମ୍ଭ କରିବା ପାଇଁ ଉତ୍ସାହିତ କରିଥିଲେ।
ଏହି ବୈଠକରେ ଭୁବନେଶ୍ୱର ଏମ୍ସ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡା. ଆଶୁତୋଷ ବିଶ୍ୱାସ, ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଡା. ଏସ୍‌. ଏନ୍‌. ମହାନ୍ତି, ଡିନ୍‌ ଡା. ପି. ଆର୍‌. ମହାପାତ୍ରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ, ସମସ୍ତ ବିଭାଗର ମୁଖ୍ୟ ଉପସ୍ଥିତ ଥିଲେ। ଏଥିସହ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri