୬ ଦଫା ଦାବି ନେଇ ଜେଲ୍‌ ଭରୋ ଆନ୍ଦୋଳନ

ଛତ୍ରପୁର,୯ା୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଭାରତ ମୁକ୍ତି ମୋର୍ଚ୍ଚା ଓ ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା ପକ୍ଷରୁ ୬ ଦଫା ଦାବି ନେଇ ବୁଧବାର ଗଞ୍ଜାମ ଜିଲା ଛତ୍ରପୁରଠାରେ ଜେଲ୍‌ ଭରୋ ଆନ୍ଦୋଳନ କରାଯାଇଛି। ଭାରତ ବର୍ଷରେ ସମସ୍ତ ରାଜ୍ୟରେ ଇଭିଏମ୍‌ ହଟାଇ ବାଲଟ ପେପରରେ ନିର୍ବାଚନ ପ୍ରକିୟା କରିବା, ଓବିସିଙ୍କ ପାଇଁ ଜାତି ଜନଗଣନା କରାଯିବା, ମହାପୁରୁଷଙ୍କୁ ଅବମାନନାକୁ ବିରୋଧ ସହ ଏହା ବନ୍ଦ କରିବା, ମହାବୋଧି ମହାବୀରର ମୁକ୍ତି, ଓ୍ବକଫ୍‌ ସଂଶୋଧନ ବିଲ୍‌ -୨୦୨୫ ପ୍ରତ୍ୟାହାର ଏବଂ ବହୁଜନ ସମାଜ ସମ୍ପର୍କୀୟ ସ୍ଥାନୀୟ ସମସ୍ୟା ସମାଧାନ ଦାବି କରାଯାଇଛି ପ୍ରାରମ୍ଭରେ ଭାରତ ମୁକ୍ତି ମୋର୍ଚ୍ଚା ଓ ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚାର ସଦସ୍ୟମାନେ ଛତ୍ରପୁରସ୍ଥିତ ଡିଆରଡିଏ ଛକରୁ ଏକ ରାଲିରେ ବାହାରି ଜିଲାପାଳଙ୍କ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏଥିରେ ଜିଲା ସଭାପତି ସୁମା ଦାସ, ଓବିସି ମୋର୍ଚ୍ଚାର ସଂଯୋଜକ ବିଜୟ ସ୍ବାଇଁ, ସୀମାଞ୍ଚଳ ନାହାକ, ରାଜେନ୍ଦ୍ର ବେହେରା, ଜଗନ୍ନାଥ ପ୍ରଧାନ, ନିଳାଦ୍ରୀ ପ୍ରଧାନ, ଅକ୍ଷୟ ଦାସ, ସାଗର ଦାସ, ବିପ୍ରଚରଣ ନାହାକ, ପ୍ରମୋଦ ନାୟକ, ଦିଲ୍ଲୀପ ଦାସ, ସୁଧା କର, ରମେଶ ଶବର, କାଳିଆ ବେହେରା, ମଙ୍ଗଳା ଦାସ, କୈଳାସ ଶବର, ଉଲାସ ଶବର, ରାଜେଶ ଶବର, ଲାକ୍ଷ୍ୟା ଶବର, ଏମ୍‌.ଏଲେୟା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri