Posted inଜାତୀୟ

ଲୋକସଭା ନିର୍ବାଚନ ପାଇଁ ମିଶନ ମୋଡରେ କାର୍ଯ୍ୟ କରିବାକୁ ଦଳୀୟ ନେତାଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପରାମର୍ଶ

ନୂଆଦିଲ୍ଲୀ ,୨୩।୧୨: ଲୋକସଭା ନିର୍ବାଚନ ଆଉ କିଛିମାସ ବାକି ଥିବା ବେଳେ ଦଳୀୟ ନେତାମାନଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶୁକ୍ରବାର ଦିଲ୍ଲୀରେ ଦଳର ମୁଖ୍ୟକାର୍ଯ୍ୟଳୟରେ ବସିଥିବା ଏକ ରୁଦ୍ଧଦ୍ବାର ବୈଠକରେ ୨୦୨୪ ନିର୍ବାଚନ ପାଇଁ ମିଶନ ମୋଡରେ କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଛନ୍ତି।

୨୦୧୯ ରେ ଦଳ ୩୦୩ ଆସନରେ ବିଜୟୀ ହୋଇଥିଲା ବେଳେ ୨୦୨୪ରେ ଏହାଠାରୁ ଅଧିକ ଆସନରେ ବିଜୟୀ ହେବା ପାଇଁ କାର୍ଯ୍ୟ କରିବାକୁ ଦଳୀୟ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି। ଏହା ସହିତ ସାମାଜିକ ଗଣମାଧ୍ୟମରେ ବିରୋଧୀଙ୍କ ବିଭିନ୍ନ ପ୍ରପାଗେଣ୍ଡାକୁ ତଥ୍ୟ ସହିତ ଦୃଢ଼ମନୋବଳରେ ଖଣ୍ଡନ କରିବାକୁ ସେ ପରାମର୍ଶ ଦେଇଛନ୍ତି।

ଏହି ଦୁଇ ଦିନିଆ ବୈଠକରେ ଆଗାମୀ ସାଧାରଣ ନିର୍ବାଚନ ପାଇଁ ସମସ୍ତ ରାଜ୍ୟ ମୁଖିଆ, ରାଜ୍ୟ ପ୍ରଭାରୀ ଏବଂ ଅନ୍ୟ ବରିଷ୍ଠ ନେତା ମାନଙ୍କ ସହିତ ଷ୍ଟ୍ରାଟେଜି ବିଷୟରେ ଆଲୋଚନା ହୋଇଛି। ସେହିପରି ଦେଶବ୍ୟାପୀ ଚାଲିଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ସଫଳ କରାଇବା ନିମନ୍ତେ କାର୍ଯ୍ୟ କରିବାକୁ ଏବଂ ଏହା ଦ୍ୱାରା ସରକାରଙ୍କ ବିଭିନ୍ନ ଯୋଜନାକ ଲୋକମାନଙ୍କ ପାଖରେ ପହଞ୍ଚାଇବାକୁ ନେତାମାନଙ୍କୁ କୁହାଯାଇଛି।

ନିକଟରେ ତିନି ରାଜ୍ୟ ବିଧାନସଭା ନର୍ବାଚନରେ ବିଜୟ ପରେ ଦଳ ଆସନ୍ତା ଲୋକସଭା ନିର୍ବାଚନରେ ବିଜୟୀ ହୋଇ ଲଗାତାର ତୃତୀୟ ଥର ପାଇଁ କ୍ଷମତାକୁ ଫେରିବା ଲକ୍ଷ୍ୟରେ ରହିଛି। ତିନି ରାଜ୍ୟରେ ବିଜୟ ଲାଭ କରିବା ପରେ ପ୍ରଧାନମନ୍ତ୍ରୀ ମୋଦି ଦଳୀୟ କର୍ମୀଙ୍କୁ ସମ୍ବୋଧନ କରି କେନ୍ଦ୍ରରେ ତୃତୀୟ ଥର କ୍ଷମତାକୁ ଫେରିବା ନେଇ ଦମ୍ଭୋକ୍ତି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। Dharitri – Odisha’s No.1 Odia Daily

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

ରୋହିତ-ବିରାଟଙ୍କ ଟେଷ୍ଟ ଅବସର ପଛରେ କିଏ? ଗମ୍ଭୀରଙ୍କ ବଡ଼ ବୟାନ: ‘ଭୁଲ୍ ହୋଇଥାଇପାରେ’

କୋଲକାତା,୧୬।୩: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଷ୍ଟାର୍ ବ୍ୟାଟସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା…

ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କଲା ଭାଜପା, ଏଥର ପୁଣି ମମତା-ଶୁଭେନ୍ଦୁଙ୍କ କଡ଼ା ଟକ୍କର

କୋଲକାତା,୧୬ା୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ୧୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଭାରତୀୟ ଜନତା ପାର୍ଟି ଶୁଭେନ୍ଦୁ ଅଧିକାରୀ ଏବଂ ଦିଲୀପ ଘୋଷଙ୍କୁ…

SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୧୬ା୩(ସୁନିତ୍‌ ମିଶ୍ର): କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri