Posted inଖେଳ

ଆରମ୍ଭରୁ ବିଜୟ ଲକ୍ଷ୍ୟ

ମୁମ୍ବାଇ,୧୬ା୩: ଭାରତ-ଅଷ୍ଟ୍ରେଲିଆ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଶୁକ୍ରବାର ଆରମ୍ଭ ହେବ। ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଭାରତ ପ୍ରଥମ ଦିନିକିଆ ଖେଳିବ। ନିୟମିତ ଅଧିନାୟକ ରୋହିତ ଶର୍ମା ପ୍ରଥମ ଦିନିକିଆ ଖେଳୁ ନ ଥିବା ବେଳେ ଷ୍ଟାଣ୍ଡଇନ୍‌ କ୍ୟାପଟେନ୍‌ ହାର୍ଦ୍ଦିକ ପାଣ୍ଡ୍ୟା ଅଧିନାୟକ ଦାୟିତ୍ୱ ସମ୍ଭାଳିବେ। ଦିନିକିଆରେ ପାଣ୍ଡ୍ୟା ପ୍ରଥମ ଥର ପାଇଁ ଅଧିନାୟକ ଦାୟିତ୍ୱ ନେଉଥିବାରୁ ବିଜୟରୁ ଆରମ୍ଭ କରିବାକୁ ଚାହିଁବେ। ପାଣ୍ଡ୍ୟା ଟି୨୦ ଦଳର ନିୟମିତ ଅଧିନାୟକ ରହିଥିବା ବେଳେ ଦିନିକିଆ ଦଳର ଉପ ଅଧିନାୟକ ଅଛନ୍ତି।

ଭାରତରେ ଦିନିକିଆ ବିଶ୍ୱକପ ଆୟୋଜିତ ହେବାକୁ ଥିବା ବେଳେ ଏହା ପୂର୍ବରୁ ଏହି ସିରିଜରେ ଭାରତୀୟ ଦଳକୁ ପ୍ରସ୍ତୁତିର ସୁଯୋଗ ମିଳିବ। ୨୦୧୧ରେ ଶେଷ ଥର ପାଇଁ ଭାରତରେ ଦିନିକିଆ ବିଶ୍ୱକପ ହୋଇଥିବା ବେଳେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚାମ୍ପିୟନ ଆଖ୍ୟା ଅର୍ଜନ କରିଥିଲା। ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୨-୧ରେ ଭାରତ ବିଜୟୀ ହୋଇଥିବା ବେଳେ ଦିନିକିଆ ବିଜୟରୁ ଆରମ୍ଭ କରିବାକୁ ଚାହିଁବ। ମ୍ୟାଚ୍‌ ଅପରାହ୍ନ ସାଢେ ୧ଟାରେ ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମ ଖେଳାଯିବ। ପ୍ରସାରଣ ଷ୍ଟାର ସ୍ପୋଟର୍‌ସରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri