୫ ବର୍ଷରେ ଓଡ଼ିଶାକୁ ଅଢେଇ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବାର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଦିଲ୍ଲୀ ଠାରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲ ଠାରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। ମେକ୍‌ ଇନ୍‌ ଓଡିଶା କନକ୍ଲେଭ’ଉତ୍କର୍ଷ ୨୦୨୫’ର ପ୍ରାକ୍‌ ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରୁଛନ୍ତି।

ଦିଲ୍ଲୀ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି, ସେ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଓଡିଶାକୁ ବଡ ସଂଖ୍ୟାରେ ପରୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଲାଗି ତାଙ୍କ ଉଦ୍ୟମ ରହିବ। ପୁଞ୍ଜିନିବେଶକାରୀଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ ଆଲୋଚନା କରିବେ। ଆସନ୍ତା ବର୍ଷ ଜାନୁଆରୀ ୨୮ ଓ ୨୯ ତାରିଖରେ ଉତ୍କର୍ଷ ଓଡିଶା: ମେକ୍‌ ଇନ୍‌ ଓଡିଶା ୨୦୨୫ କନକ୍ଲେଭ ପାଇଁ ଦିନ ଧାର୍ଯ୍ୟ ହୋଇଛି। ଫୁଡ ପ୍ରୋସେସିଂ, ଆଇଟି, କେମିକାଲ, ପେଟ୍ରୋ କେମିକାଲ କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ପ୍ରାଥମିକତାର ସହ ବିଭିନ୍ନ ପୁଞ୍ଜିନିବେଶକାରୀଙ୍କ ସହ ଆଲୋଚନା ହେବ।

ଓଡିଶାରେ ପୁଞ୍ଜି ଲଗାଣ ତଥା ଶିଳ୍ପ ପ୍ରତିଷ୍ଠା ସମ୍ବନ୍ଧରେ ଥିବା ସକାରାତ୍ମକ ଇକେ ା ସିଷ୍ଟମ ସମ୍ବନ୍ଧରେ ଅବଗତ କରାଇବେ। ଆସନ୍ତା ୫ ବର୍ଷରେ ଅଢେଇ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବା ହେଉଛି ତାଙ୍କର ଲକ୍ଷ୍ୟ। ଖୁସିର ବିଷୟ ଗତ ୧୦୦ ଦିନ ଭିତରେ ୪୫ ହଜାର କୋଟିର ପୁଞ୍ଜି ଓଡିଶାକୁ ଆସିସାରିଛି। ତାଙ୍କ ସହିତ ଶିଳ୍ପ ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନେ ଗସ୍ତ କରିବେ। ଜଗନ୍ନାଥଙ୍କ ଆଶୀର୍ବାଦରେ ଓଡିଶାକୁ ଦ୍ରୁତ ଶିଳ୍ପାୟନ ପଥରେ ଆଗେଇ ନେବା ପାଇଁ ତାଙ୍କ ପ୍ରଚେଷ୍ଟା ରହିବ। ରାଜ୍ୟବାସୀଙ୍କ ପକ୍ଷରୁ ଏହି କାର୍ଯ୍ୟର ଶୁଭାରମ୍ଭ କରିବାକୁ ୟାଉଛି ସମସ୍ତେ ଆଶୀର୍ବାଦ କରନ୍ତୁ ବୋଲି ମୋହନ କହିଛନ୍ତି।

ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଶିଳ୍ପ ବିଭାଗର ବରିଷ୍ଠ ପଦାଧିକାରୀମାନେ ଗସ୍ତ କରିବେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଦେଶର ଆମ୍ବାସେଡର, ହାଇକମିଶନର, ଟ୍ରେଡ୍‌ କମିଶନର, କନସଲ୍ଟ ଜେନେରାଲଙ୍କ ସହିତ ଆଲୋଚନା ହେବ। ବିଭିନ୍ନ ଶିଳ୍ପପତିମାନଙ୍କ ସହିତ ଓ୍ବାନ୍‌ ଟୁ ଓ୍ବାନ ଆଲୋଚନା ହେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।ଶେଷରେ ଏକ ରୋଡ୍‌ ଶୋ ଆୟୋଜିତ ହେବ। ଆସନ୍ତା ଜୁନିଆରୀ ୨୮ ଏବଂ ୨୯ରେ ମେକ୍‌ ଇନ୍‌ ଓଡିଶା କାର୍ଯ୍ୟକ୍ରମ ଆୟୋଜିତ ହେବ। ତେଣୁ ଏହା ପୂର୍ବରୁ ରାଜ୍ୟକୁ ନିବେଶ ଆଣିବାକୁ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ଦୁଇଦିନିଆ ଝାଡଖଣ୍ଡ ଗସ୍ତ କାର୍ଯ୍ୟକ୍ରମ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri