୫ ବର୍ଷରେ ଓଡ଼ିଶାକୁ ଅଢେଇ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବାର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଦିଲ୍ଲୀ ଠାରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲ ଠାରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। ମେକ୍‌ ଇନ୍‌ ଓଡିଶା କନକ୍ଲେଭ’ଉତ୍କର୍ଷ ୨୦୨୫’ର ପ୍ରାକ୍‌ ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରୁଛନ୍ତି।

ଦିଲ୍ଲୀ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି, ସେ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଓଡିଶାକୁ ବଡ ସଂଖ୍ୟାରେ ପରୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଲାଗି ତାଙ୍କ ଉଦ୍ୟମ ରହିବ। ପୁଞ୍ଜିନିବେଶକାରୀଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ ଆଲୋଚନା କରିବେ। ଆସନ୍ତା ବର୍ଷ ଜାନୁଆରୀ ୨୮ ଓ ୨୯ ତାରିଖରେ ଉତ୍କର୍ଷ ଓଡିଶା: ମେକ୍‌ ଇନ୍‌ ଓଡିଶା ୨୦୨୫ କନକ୍ଲେଭ ପାଇଁ ଦିନ ଧାର୍ଯ୍ୟ ହୋଇଛି। ଫୁଡ ପ୍ରୋସେସିଂ, ଆଇଟି, କେମିକାଲ, ପେଟ୍ରୋ କେମିକାଲ କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ପ୍ରାଥମିକତାର ସହ ବିଭିନ୍ନ ପୁଞ୍ଜିନିବେଶକାରୀଙ୍କ ସହ ଆଲୋଚନା ହେବ।

ଓଡିଶାରେ ପୁଞ୍ଜି ଲଗାଣ ତଥା ଶିଳ୍ପ ପ୍ରତିଷ୍ଠା ସମ୍ବନ୍ଧରେ ଥିବା ସକାରାତ୍ମକ ଇକେ ା ସିଷ୍ଟମ ସମ୍ବନ୍ଧରେ ଅବଗତ କରାଇବେ। ଆସନ୍ତା ୫ ବର୍ଷରେ ଅଢେଇ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବା ହେଉଛି ତାଙ୍କର ଲକ୍ଷ୍ୟ। ଖୁସିର ବିଷୟ ଗତ ୧୦୦ ଦିନ ଭିତରେ ୪୫ ହଜାର କୋଟିର ପୁଞ୍ଜି ଓଡିଶାକୁ ଆସିସାରିଛି। ତାଙ୍କ ସହିତ ଶିଳ୍ପ ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନେ ଗସ୍ତ କରିବେ। ଜଗନ୍ନାଥଙ୍କ ଆଶୀର୍ବାଦରେ ଓଡିଶାକୁ ଦ୍ରୁତ ଶିଳ୍ପାୟନ ପଥରେ ଆଗେଇ ନେବା ପାଇଁ ତାଙ୍କ ପ୍ରଚେଷ୍ଟା ରହିବ। ରାଜ୍ୟବାସୀଙ୍କ ପକ୍ଷରୁ ଏହି କାର୍ଯ୍ୟର ଶୁଭାରମ୍ଭ କରିବାକୁ ୟାଉଛି ସମସ୍ତେ ଆଶୀର୍ବାଦ କରନ୍ତୁ ବୋଲି ମୋହନ କହିଛନ୍ତି।

ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଶିଳ୍ପ ବିଭାଗର ବରିଷ୍ଠ ପଦାଧିକାରୀମାନେ ଗସ୍ତ କରିବେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଦେଶର ଆମ୍ବାସେଡର, ହାଇକମିଶନର, ଟ୍ରେଡ୍‌ କମିଶନର, କନସଲ୍ଟ ଜେନେରାଲଙ୍କ ସହିତ ଆଲୋଚନା ହେବ। ବିଭିନ୍ନ ଶିଳ୍ପପତିମାନଙ୍କ ସହିତ ଓ୍ବାନ୍‌ ଟୁ ଓ୍ବାନ ଆଲୋଚନା ହେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।ଶେଷରେ ଏକ ରୋଡ୍‌ ଶୋ ଆୟୋଜିତ ହେବ। ଆସନ୍ତା ଜୁନିଆରୀ ୨୮ ଏବଂ ୨୯ରେ ମେକ୍‌ ଇନ୍‌ ଓଡିଶା କାର୍ଯ୍ୟକ୍ରମ ଆୟୋଜିତ ହେବ। ତେଣୁ ଏହା ପୂର୍ବରୁ ରାଜ୍ୟକୁ ନିବେଶ ଆଣିବାକୁ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ଦୁଇଦିନିଆ ଝାଡଖଣ୍ଡ ଗସ୍ତ କାର୍ଯ୍ୟକ୍ରମ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?