‘ଭ୍ରଷ୍ଟାଚାର ବିରୋଧରେ ଲୋକଙ୍କୁ ସଚେତନ କରାଇବା ଲକ୍ଷ୍ୟ’

ଭଦ୍ରକ ଅଫିସ,୯।୧୧: ଭଦ୍ରକରେ ମଙ୍ଗଳବାର କଂଗ୍ରେସ ପକ୍ଷରୁ ଭାରତ ଯୋଡ଼ୋ ଯାତ୍ରା କରାଯାଇଛି। ଜିଲା ସଭାପତି ସୁବ୍ରତ ଦାସ ଏହାର ନେତୃତ୍ୱ ନେଇଥିଲେ। ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ରାଜ୍ୟ ମହିଳା ସଭାନେତ୍ରୀ ବନ୍ଦିତା ପରିଡା, ଭାରତ ଯୋଡ଼ୋ ଯାତ୍ରାର ରାଜ୍ୟ ସଂଯୋଜକ ମାନସ ଚୌଧୁରୀ, ହରିଜନ ମୋର୍ଚ୍ଚା ସଭାପତି ବାଙ୍କନିଧି ବେହେରା, ବାଲେଶ୍ୱର ସଂସଦୀୟ କ୍ଷେତ୍ର ନେତା ନବଜ୍ୟୋତି ପଟ୍ଟନାୟକ, ପଦ୍ମାକର ଗୁରୁ, ଅଭିଷେକ ନନ୍ଦ, ପୂର୍ବତନ ବିଧାୟକ ପଞ୍ଚାନନ ମଣ୍ଡଳ, ଭଦ୍ରକ ବିଧାନସଭା କ୍ଷେତ୍ର ନେତା ନଳିନୀକାନ୍ତ ମହାନ୍ତି, ପ୍ରଦ୍ୟୁମ୍ନ ଦାସ ପ୍ରମୁଖ ଏଥିରେ ସାମିଲ ଥିଲେ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତା, ଦୁର୍ନୀତି, ଭ୍ରଷ୍ଟାଚାର ବିରୋଧରେ ଲୋକଙ୍କୁ ସଚେତନ କରାଇବା ସହ ସାଧାରଣ ଗରିବ ଲୋକଙ୍କୁ ନ୍ୟାୟ ଦେବା ଏହି ଯାତ୍ରାର ଲକ୍ଷ୍ୟ ବୋଲି ଦଳୀୟ ନେତୃବୃନ୍ଦ କହିଥିଲେ। ଧାମନଗର ଛକଠାରୁ ପଦଯାତ୍ରା ବାହାରି ଭଦ୍ରକ ଗେଲପୁର ଛକଠାରେ ପହଞ୍ଚିବା ପରେ ଦଳ ପକ୍ଷରୁ ସ୍ବାଗତ କରାଯାଇଥିଲା। ସେଠାରୁ ପଦଯାତ୍ରାରେ ଜିଲାପାଳ ଅଫିସ, ଅପର୍ତିବିନ୍ଧା ଛକ, ମେଡିକାଲ ଛକ ଦେଇ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ପହଞ୍ଚିଥିଲା। ଅପରାହ୍ନରେ ସେଠାରୁ ବାହାରି ଚରମ୍ପା ଦେଇ ରାଣୀତାଲ ନିକଟରେ ବିଦାୟ ଦିଆଯାଇଥିଲା। ଜିଲାର ବିଭିନ୍ନ ବ୍ଲକରୁ ଶତାଧିକ ଦଳୀୟ କର୍ମୀ ପଦଯାତ୍ରାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri