‘ଭ୍ରଷ୍ଟାଚାର ବିରୋଧରେ ଲୋକଙ୍କୁ ସଚେତନ କରାଇବା ଲକ୍ଷ୍ୟ’

ଭଦ୍ରକ ଅଫିସ,୯।୧୧: ଭଦ୍ରକରେ ମଙ୍ଗଳବାର କଂଗ୍ରେସ ପକ୍ଷରୁ ଭାରତ ଯୋଡ଼ୋ ଯାତ୍ରା କରାଯାଇଛି। ଜିଲା ସଭାପତି ସୁବ୍ରତ ଦାସ ଏହାର ନେତୃତ୍ୱ ନେଇଥିଲେ। ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ରାଜ୍ୟ ମହିଳା ସଭାନେତ୍ରୀ ବନ୍ଦିତା ପରିଡା, ଭାରତ ଯୋଡ଼ୋ ଯାତ୍ରାର ରାଜ୍ୟ ସଂଯୋଜକ ମାନସ ଚୌଧୁରୀ, ହରିଜନ ମୋର୍ଚ୍ଚା ସଭାପତି ବାଙ୍କନିଧି ବେହେରା, ବାଲେଶ୍ୱର ସଂସଦୀୟ କ୍ଷେତ୍ର ନେତା ନବଜ୍ୟୋତି ପଟ୍ଟନାୟକ, ପଦ୍ମାକର ଗୁରୁ, ଅଭିଷେକ ନନ୍ଦ, ପୂର୍ବତନ ବିଧାୟକ ପଞ୍ଚାନନ ମଣ୍ଡଳ, ଭଦ୍ରକ ବିଧାନସଭା କ୍ଷେତ୍ର ନେତା ନଳିନୀକାନ୍ତ ମହାନ୍ତି, ପ୍ରଦ୍ୟୁମ୍ନ ଦାସ ପ୍ରମୁଖ ଏଥିରେ ସାମିଲ ଥିଲେ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତା, ଦୁର୍ନୀତି, ଭ୍ରଷ୍ଟାଚାର ବିରୋଧରେ ଲୋକଙ୍କୁ ସଚେତନ କରାଇବା ସହ ସାଧାରଣ ଗରିବ ଲୋକଙ୍କୁ ନ୍ୟାୟ ଦେବା ଏହି ଯାତ୍ରାର ଲକ୍ଷ୍ୟ ବୋଲି ଦଳୀୟ ନେତୃବୃନ୍ଦ କହିଥିଲେ। ଧାମନଗର ଛକଠାରୁ ପଦଯାତ୍ରା ବାହାରି ଭଦ୍ରକ ଗେଲପୁର ଛକଠାରେ ପହଞ୍ଚିବା ପରେ ଦଳ ପକ୍ଷରୁ ସ୍ବାଗତ କରାଯାଇଥିଲା। ସେଠାରୁ ପଦଯାତ୍ରାରେ ଜିଲାପାଳ ଅଫିସ, ଅପର୍ତିବିନ୍ଧା ଛକ, ମେଡିକାଲ ଛକ ଦେଇ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ପହଞ୍ଚିଥିଲା। ଅପରାହ୍ନରେ ସେଠାରୁ ବାହାରି ଚରମ୍ପା ଦେଇ ରାଣୀତାଲ ନିକଟରେ ବିଦାୟ ଦିଆଯାଇଥିଲା। ଜିଲାର ବିଭିନ୍ନ ବ୍ଲକରୁ ଶତାଧିକ ଦଳୀୟ କର୍ମୀ ପଦଯାତ୍ରାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri